Posted inଜାତୀୟ

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ ପାଇଁ କଟକଣା ଜାରି କରିଛନ୍ତି । ଏହି ପ୍ରତିବନ୍ଧକ କେବଳ ବିକ୍ରି ଉପରେ ନୁହେଁ, ବରଂ ଏହାର ଉତ୍ପାଦନ, ସଂରକ୍ଷଣ (ଷ୍ଟୋରେଜ୍‌), ପରିବହନ ଏବଂ ବଣ୍ଟନ ଉପରେ ମଧ୍ୟ କଡାକଡି ଭାବେ ଲାଗୁ କରାଯାଇଛି । ଏହାପରେ ସମଗ୍ର ରାଜ୍ୟରେ ଯାଞ୍ଚ ଅଭିଯାନକୁ ତୀବ୍ର କରାଯାଇଛି ।

କର୍ନାଟକରେ ଗୁଟ୍‌ଖା-ତମାଖୁ ଉପରେ ବଡ଼ ନିଷ୍ପତ୍ତି ଏହି ମାମଲା କର୍ନାଟକର ଅଟେ । ରାଜ୍ୟର ଖାଦ୍ୟ ସୁରକ୍ଷା ଏବଂ ଔଷଧ ପ୍ରଶାସନ ବିଭାଗ ଗୁଟ୍‌ଖା, ପାନ ମସଲା ଏବଂ ଅନ୍ୟାନ୍ୟ ତମାଖୁ ବା ନିକୋଟିନ୍‌ଯୁକ୍ତ ସମ୍ବନ୍ଧୀୟ ଉତ୍ପାଦଗୁଡ଼ିକ ବିରୋଧରେ ଏକ ବଡ଼ ପଦକ୍ଷେପ ନେଇଛି। ଜନସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ସରକାର ଏହିସବୁ ଉତ୍ପାଦର ନିର୍ମାଣ, ଗୋଦାମରେ ସଂରକ୍ଷଣ, ଏଣେତେଣେ ପରିବହନ, ବଜାରରେ ବଣ୍ଟନ ଏବଂ ବିକ୍ରି ଉପରେ ଏକ ବର୍ଷ ପାଇଁ କଟକଣା ଲଗାଇଛନ୍ତି। ଗଣମାଧ୍ୟମ ପ୍ରକାଶିତ ରିପୋର୍ଟ ଅନୁଯାୟୀ, ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ଏବଂ ଏହା ବିଜ୍ଞପ୍ତି ପ୍ରକାଶ ପାଇଥିବା ଦିନଠାରୁ ଆଗାମୀ ଗୋଟିଏ ବର୍ଷ ପାଇଁ କାର୍ଯ୍ୟକାରୀ ହେବ । ତେଣୁ କର୍ନାଟକରେ ଏହି ପ୍ରତିବନ୍ଧିତ ଉତ୍ପାଦର ବ୍ୟବସାୟ ସହ ଜଡିତ ବ୍ୟକ୍ତିମାନଙ୍କ ପାଇଁ ଅସୁବିଧା ବଢ଼ିପାରେ ।

ସାଧାରଣତଃ ଗୁଟ୍‌ଖା କିମ୍ବା ପାନ ମସଲା ଉପରେ କଟକଣା କଥା ଶୁଣିଲେ ଲୋକଙ୍କ ନଜର କେବଳ ଦୋକାନ ଏବଂ ବିକ୍ରି ଉପରେ ପଡ଼ିଥାଏ। କିନ୍ତୁ କର୍ନାଟକର ଏହି ନିର୍ଦ୍ଦେଶନାମାରେ କେବଳ ବିକ୍ରେତାମାନଙ୍କୁ ଟାର୍ଗେଟ୍ କରାଯାଇ ନାହିଁ । ତମାଖୁ ବା ନିକୋଟିନ୍‌ଯୁକ୍ତ ଉତ୍ପାଦ ପ୍ରସ୍ତୁତ କରୁଥିବା ଉତ୍ପାଦକମାନଙ୍କ ଉପରେ ମଧ୍ୟ ରୋକ୍ ଲଗାଯାଇଛି।ଏଗୁଡ଼ିକୁ ଗୋଦାମ କିମ୍ବା ଅନ୍ୟ କୌଣସି ସ୍ଥାନରେ ଲୁଚାଇ ରଖିଥିବା ବ୍ୟକ୍ତିଙ୍କୁ ମଧ୍ୟ ଯାଞ୍ଚ କରାଯିବ। ଏହା ବ୍ୟତୀତ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ସାମଗ୍ରୀ ପହଞ୍ଚାଉଥିବା ଏବଂ ବଜାରରେ ବଣ୍ଟନ କରୁଥିବା ବ୍ୟକ୍ତିମାନଙ୍କୁ ମଧ୍ୟ ଏହି ପ୍ରତିବନ୍ଧକ ପରିସରଭୁକ୍ତ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଇସ୍ତଫା ଦାବିରେ କୁଶପୁତ୍ତଳିକା ଦାହ

ଗୁଣପୁର, ୨୮।୯: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଗୁଣପୁରରେ ସିପିଆଇ(ଏମ୍‌ଏଲ୍‌) ଲିବରେସନ ପକ୍ଷରୁ ସୋମବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନୂଆ ବସ୍‌ଷ୍ଟାଣ୍ଡରୁ ଦଳୀୟ…

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?