Posted inଜାତୀୟ

ଇସ୍ତଫା ଦେଲେ କର୍ନାଟକ ମନ୍ତ୍ରୀ ଇଶ୍ୱରପ୍ପା

ବେଙ୍ଗାଲୁରୁ,୧୫।୪: କର୍ନାଟକରେ ଠିକାଦାର ସନ୍ତୋଷ ପାଟିଲଙ୍କ ଆତ୍ମହତ୍ୟା କୁ ନେଇ ବିବାଦରେ ଫସିଥିବା ଭାଜପା ନେତା ତଥା ଗ୍ରାମୀଣ ବିକାଶ ଓ ରାଜ୍ୟମନ୍ତ୍ରୀ କେଏସ୍‌ ଇଶ୍ୱରପ୍ପା କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ମୁଖ୍ୟ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କୁ ଭେଟି ଇଶ୍ୱରପ୍ପା ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଇସ୍ତଫା ଦେବା ପରେ ଇଶ୍ୱରପ୍ପାଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଯାହାକୁ ନେଇ ସମର୍ଥକମାନେ ମୁଖ୍ୟମନ୍ତ୍ରୀ ଘର ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅନ୍ୟପଟେ ଦୁର୍ନୀତି ଅଭିଯୋଗକୁ ନେଇ ବିବାଦରେ ଥିବା ଭାଜପାର ଏହି ଟାଣୁଆ ନେତା ପୁଣିଥରେ ମନ୍ତ୍ରିମଣ୍ଡଳକୁ ଫେରିବେ ବୋଲି କହିବା ସହ ଦଳୀୟ କର୍ମୀମାନଙ୍କୁ ବ୍ୟସ୍ତ ନ ହେବା ପାଇଁ କହିଛନ୍ତି। ଇସ୍ତଫା ପୂର୍ବରୁ ସେ ଶକ୍ତି ପ୍ରଦର୍ଶନ ସ୍ବରୂପ ବିଶାଳ କାର୍‌ ଶୋଭାଯାତ୍ରାରେ ବେଙ୍ଗାଲୁରୁ ଆସିଥିଲେ। ତାଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଥିବା ଅଭିଯୋଗ କରି ଶିଭମୋଗାରେ ଦଳୀୟ ସମର୍ଥକମାନେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେ ଦଳର ନେତାଙ୍କୁ ଅସୁବିଧାରେ ପକାଇବାକୁ ଚାହାନ୍ତି ନାହିଁ। ତେଣୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଇସ୍ତଫା ପ୍ରଦାନ କରିଥିବା କହିଛନ୍ତି। ତଦନ୍ତରୁ ସେ ନିର୍ଦ୍ଦୋଷ ପ୍ରମାଣିତ ହୋଇ ପୁଣିଥରେ ମନ୍ତ୍ରିମଣ୍ଡଳକୁ ଫେରିବେ ବୋଲି ଈଶ୍ୱରାପ୍ପା ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ସନ୍ତୋଷ ପାଟିଲ ନାମକ ଜଣେ ଠିକାଦାରଙ୍କ ମୃତଦେହ ଉଡୁପିରୁ ଉଦ୍ଧାର କରାଯାଇଥିଲା। ନିଜର ମୃତ୍ୟୁ ପାଇଁ ମନ୍ତ୍ରୀ ଇଶ୍ୱରପ୍ପାଙ୍କୁ ସେ ଦାୟୀ କରିବା ସହ ଏକ ଚିଠି ପ୍ରଧାନମନ୍ତ୍ରୀଙ୍କୁ ଲେଖିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri