Posted inଜାତୀୟ

ତେଜୁଛି ବେଲାଗାଭି ବିବାଦ: ସୀମାରେ ୩୦୦ ଆନ୍ଦୋଳନକାରୀଙ୍କୁ ଅଟକାଇଲା ପୋଲିସ

ମୁମ୍ବାଇ,୧୯।୧୨: ମହାରାଷ୍ଟ୍ର-କର୍ନାଟକ ମଧ୍ୟରେ ବେଲାଗାଭିକୁ ନେଇ ବିବାଦ ସୋମବାର ତେଜିବାରେ ଲାଗିଛି। ସୀମାରେ ଦୁଇ ପକ୍ଷ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିବା ସହ ଉତ୍ତେଜନା ଦେଖାଦେଇଛି। ଉଭୟ ରାଜ୍ୟ ବେଲାଗାଭିକୁ ନିଜ ଅଞ୍ଚଳ ଭାବେ ଦାବି କରି ଆସୁଛନ୍ତି। ଏଭଳି ସ୍ଥିତିରେ ମହାରାଷ୍ଟ୍ରର କଂଗ୍ରେସ, ଏନ୍‌ସିପି ଏବଂ ଶିବସେନା ମିଳିତ ଭାବେ ସୋମବାର ଆନ୍ଦୋଳନକୁ ଜୋରଦାର କରିଛନ୍ତି। ୩୦୦ କର୍ମକର୍ତ୍ତା ବିଭିନ୍ନ ନାରାବାଜି କରିବା ସହ ସୀମା ଅତିକ୍ରମ କରିବାକୁ ଚେଷ୍ଟା କରିଥିଲେ। ସେହି ସମୟରେ କର୍ନାଟକ ପୋଲିସ ଆନ୍ଦୋନଳକାରୀଙ୍କୁ ଅଟକାଇ ବୁଝାଶୁଝା କରିବାକୁ ଚେଷ୍ଟା କରିଥିଲା। ଏପରିକି ପୋଲିସ କେତେକ ଆନ୍ଦେଳନକାରୀଙ୍କୁ ହେପାଜତକୁ ନେଇ ଅଟକ ରଖିଥିବା ଜଣାପଡିଛି। ସୀମାରେ ତେଜିଥିବା ଏହି ବିବାଦ ପାଇଁ ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲ କେନ୍ଦ୍ର ସରକାରଙ୍କୁ ଦାୟୀ କରିଛନ୍ତି।

ଦୀର୍ଘ ଦଶନ୍ଧି ଧରି ଚାଲିଥିବା ରାଜ୍ୟ ସୀମା ବିବାଦକୁ ନେଇ ସୁପ୍ରିମକୋର୍ଟରେ ମାମଲା ଚାଲିଛି। ସୁପ୍ରମକୋର୍ଟର ରାୟ ନ ଆସିବା ଯାଏ କେହି ଉକ୍ତ ଅଞ୍ଚଳକୁ କୌଣସି ଦାବି କରିପାରିବେ ନାହିଁ ବୋଲି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଗତ ସପ୍ତାହରେ ଦୁଇ ନେତାଙ୍କ ସହ ଆଲୋଚନା ପରେ କହିଥିଲେ।

ଅନ୍ୟପକ୍ଷେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏହି ପ୍ରସଙ୍ଗ ମହାରାଷ୍ଟ୍ରର ଗର୍ବ। ତେଣୁ ରାଜ୍ୟ ଦୃଢ଼ ଆଭିମୁଖ୍ୟ ଗ୍ରହଣ କରିଛି ବୋଲି ସେ କହିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ନିଜେ ଗଣମାଧ୍ୟମକୁ ଏହି ବିଷୟରେ ସୂଚନା ଦେଇଛନ୍ତି। ଏହାକୁ ନେଇ କୌଣସି ରାଜନୀତି ହେବା ଉଚିତ ନୁହେଁ ବୋଲି ଶିନ୍ଦେ ଟୁଇଟ କରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri