Posted inଜାତୀୟ

‘ଓମିକ୍ରନ ଭାରିଆଣ୍ଟ ବିପଦଜନକ ନୁହେଁ’

ବେଙ୍ଗାଲୁରୁ,୨୯।୧୧: ଦକ୍ଷିଣ ଆଫ୍ରିକାରେ କାର୍ଯ୍ୟ କରୁଥିବା ଡାକ୍ତରମାନଙ୍କ ସହ ମୁଁ କଥା ହୋଇଛି। ଏହି ନୂଆ ଭାରିଆଣ୍ଟା ଓମିକ୍ରନ କୋଭିଡ୍‌ର ଡେଲ୍ଟା ଭାରିଆଣ୍ଟ ଭଳି ବିପଦଜନକ ନୁହେଁ। ଏଥିରେ ସଂକ୍ରମିତ ହେଉଥିବା ବ୍ୟକ୍ତିଙ୍କୁ ଖୁବ କମ ହାରରେ ହସ୍ପିଟାଲରେ ଭର୍ତ୍ତି ହେବାକୁ ପଡ଼ୁଛି। ସୋମବାର ଏଭଳି କହିଛନ୍ତି କର୍ନାଟକ ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର କେ ସୁଧାକର।

”ଦକ୍ଷିଣ ଆଫ୍ରିକାରେ ଥିବା ମୋ ସାଥି ଡାକ୍ତରଙ୍କ ସହ କଥା ହେଲା ପରେ ମୁଁ କିଛି ସନ୍ତୋଷଜନକ ତଥ୍ୟ ଜାଣିବାକୁ ପାଇଛି। ଏହା ଅନ୍ୟ ଭାରିଆଣ୍ଟ ଠାରୁ ଦ୍ରୁତ ଗତିରେ ସଂକ୍ରମିତ କରୁଛି। କିନ୍ତୁ ଏହା ଡେଲ୍ଟା ଭଳି ବିପଦଜନକ ନୁହେଁ। ଏହା ଦ୍ୱାରା ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କଠାରୁ ହାଲିଆ ଓ ବାନ୍ତି ଭଳି ଲକ୍ଷଣ ଦେଖାଯାଉଛି। କିନ୍ତୁ ସେମାନେ ସ୍ବାଦ ଓ ଗନ୍ଧ ବାରି ପାରୁଛନ୍ତି। ଏହାର ତୀବ୍ରତା ଗୁରୁତର ନ ଥିବାରୁ ହସ୍ପିଟାଲରେ ଭର୍ତ୍ତି ହେଉଥିବା ସଂକ୍ରମିତଙ୍କ ସଂଖ୍ୟା କମ“ ବୋଲି ସୁଧାକର କହିଛନ୍ତି।

ଦକ୍ଷିଣ ଆଫ୍ରିକାରୁ ଆସିଥିବା ୨ ଯାତ୍ରୀ ପଜିଟିଭ ଚିହ୍ନଟ ହୋଇଥିବାରୁ କର୍ନାଟକରେ ହାଇ ଆଲର୍ଟ ଜାରି କରାଯାଇଛି। ପୂର୍ବରୁ ଦୁହେଁ ଡେଲ୍ଟା ଭାରିଆଣ୍ଟ ଦ୍ୱାରା ସଂକ୍ରମିତ ହୋଇଥିବା କୁହାଯାଇଥିଲା। କିନ୍ତୁ ସେମାନଙ୍କ ମଧ୍ୟରୁ ଜଣଙ୍କ ଠାରେ କିଛି ଅଲଗା ଭାରିଆଣ୍ଟ ଚିହ୍ନଟ ହୋଇଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ସୋମବାର କହିଛନ୍ତି। ହେଲେ ଏ ସମ୍ପର୍କରେ ଅନ୍ୟ କୌଣସି ତଥ୍ୟ ସେ ଦେଇ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri