ରାସ୍ତାରେ କରୋନା ଟେଷ୍ଟ: ବିରୋଧ କରିବାରୁ ମାଡ଼ ମାରିଲେ ସ୍ବାସ୍ଥ୍ୟ ଅଧିକାରୀ

ବେଙ୍ଗାଲୁରୁ,୨୫।୫: ଛତିଶଗଡ଼ ଓ ମଧ୍ୟପ୍ରଦେଶରେ ଲକ୍‌ଡାଉନ୍‌ ସମୟରେ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ସହ ର୍ଦୁବ୍ୟବହାର କରାଯାଇଥିବା ଘଟଣା ଅନେକ ଥର ସାମ୍ନାକୁ ଆସିଛି। ହେଲେ ଏବେ କର୍ନାଟକର ନଗରଥପେଟରୁ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଯାହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ରାସ୍ତାରେ ଯାଉଥିବା ଜଣେ ଯୁବକଙ୍କୁ ଜବରଦସ୍ତି କରୋନା ଟେଷ୍ଟ କରାଇବାକୁ କୁହାଯାଇଥିଲା। ହେଲେ ସେ ମନାକରିବାରୁ ସେଠାରେ ଉପସ୍ଥିତ ଥିବା ସ୍ବାସ୍ଥ୍ୟଅଧିକାରୀ ଓ କର୍ମଚାରୀ ତାଙ୍କୁ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ସୂଚନାଯୋଗ୍ୟ, ବୃହତ ବେଙ୍ଗାଲୁରୁ ମହାନଗର ପାଳିକା(ବିବିଏମ୍‌ପି) ଅଞ୍ଚଳରେ କରୋନା ଟିକାକରଣ କରାଯାଉଥିଲା। ଏକ ବୁଥ୍‌ରେ ଜଣେ ଯୁବକ ଟିକା ଲଗାଇବାକୁ ପହଞ୍ଚିଥିବା ବେଳେ ସେ ଭୁଲରେ କରୋନା ପରୀକ୍ଷା ଲାଇନ୍‌ରେ ଠିଆ ହୋଇଯାଇଥିଲେ। ଏନେଇ ଯେତେବେଳେ ଯୁବକଙ୍କୁ ଜଣାପଡ଼ିଥିଲା ସେତେବେଳେ ସେ ଲାଇନରୁ ଫେରିଆସିଥିଲେ। ହେଲେ ସେହି ସମୟରେ ନଗରପାଳିକାଙ୍କ ଜଣେ କର୍ମଚାରୀ ଓ ଡାକ୍ତର ତାଙ୍କୁ ଟେଷ୍ଟ କରାଇବାକୁ ବାଧ୍ୟ କରିଥିଲେ। ଯୁବକ ଜଣକ ବିରୋଧ କରିବାରୁ ସେମାନେ ତାଙ୍କୁ ରାସ୍ତା ମଝିରେ ନିର୍ଧୁମ ଛେଚିଥିଲେ। ଅନ୍ୟପଟେ କୁହାଯାଉଛି, ଯୁବକଳ ଜଣଙ୍କ ରାସ୍ତାରେ ଯାଉଥିବା ବେଳେ ସ୍ବାସ୍ଥ୍ୟକର୍ମଚାରୀ ଜଣକ ତାଙ୍କୁ ଜବରଦସ୍ତି ଧରି ପକାଇଥିଲେ ଏବଂ କରୋନା ଟେଷ୍ଟ କରାଇବାକୁ କହିଥିଲେ। ହେଲେ ଯୁବକ ଜଣଙ୍କ ମନା କରିବାରୁ ସେମାନେ ତାଙ୍କୁ ଲାତ ବିଧା ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ସେହି ସମୟର ଦୃଶ୍ୟକୁ କେହି ଜଣେ ଭିଡିଓ ଉତ୍ତୋଳନ କରି ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ ବିବିଏମ୍‌ପି କମିଶନର ଘଟଣାର ତଦନ୍ତ ସହ ଡାକ୍ତର ଓ କର୍ମଚାରୀଙ୍କ ବିରୋଧରେ ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ କରୋନା ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ୨ଜଣ ଯୁବକଙ୍କ ବିରୋଧରେ ମାମଲା ରୁଜୁ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri