Posted inଜାତୀୟ

ତାମିଲନାଡୁକୁ ଏସସିଙ୍କ ନିର୍ଦ୍ଦେଶ ଅନୁସାରେ ପାଣି ଦେବାକୁ କର୍ନାଟକ ସକ୍ଷମ ନୁହେଁ: ସିଦ୍ଦରାମାୟା…

ବେଙ୍ଗାଲୁରୁ,୧୩।୯ : କାବେରୀ ନଦୀରୁ ଜଳ ଛାଡିବା ନେଇ ବିବାଦ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ବୁଧବାର ଏକ ସ୍ବତନ୍ତ୍ର ଜରୁରୀ ବୈଠକରେ କହିଛନ୍ତି ତାମିଲନାଡୁକୁ ସୁପ୍ରିମ୍‌କୋର୍ଟ(ଏସସି)ଙ୍କ ନିର୍ଦ୍ଦେଶ ଅନୁସାରେ ପାଣି ଦେବାକୁ କର୍ନାଟକ ସକ୍ଷମ ନୁହେଁ।

ବାସ୍ତବରେ, କାବେରୀ  ୱାଟର ମ୍ୟାନେଜମେଣ୍ଟ ଅଥରିଟି (ସିଡବ୍ଲୁଆରସି) ତାମିଲନାଡୁକୁ ଆଗାମୀ ୧୫ ଦିନ ପାଇଁ ପ୍ରତିଦିନ ୫୦୦୦ କ୍ୟୁସେକ ଜଳ ଛାଡିବାକୁ ସୁପାରିଶ କରିବାର ଗୋଟିଏ ଦିନ ପରେ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଥିଲା।

ବୁଧବାର ବେଙ୍ଗାଲୁରୁରେ କାବେରୀ ଜଳ ବଣ୍ଟନ ପ୍ରସଙ୍ଗରେ ହୋଇଥିବା ସର୍ବଦଳୀୟ ବୈଠକ ରେ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା, ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। କାବେରୀ ଜଳ ବଣ୍ଟନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟ ବର୍ଷା ଅଭାବର ସମ୍ମୁଖୀନ ହେଉଛି। ତେଣୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ତାମିଲନାଡୁକୁ ଜଳ ଛାଡ଼ିବା ସ୍ଥିତିରେ ଆମେ ନାହୁଁ।

ଏହି ପ୍ରସଙ୍ଗରେ ଆମେ ସୁପ୍ରିମକୋର୍ଟଙ୍କ ନିକଟକୁ ଯିବୁ ଏବଂ କାବେରୀ ୱାଟର ମ୍ୟାନେଜମେଣ୍ଟ ଅଥରିଟି (ସିଡବ୍ଲ୍ୟୁଆରସି)ଙ୍କ ନିକଟରେ ମଧ୍ୟ ଆବେଦନ କରିବୁ। ସଂସଦର ସ୍ବତନ୍ତ୍ର ଅଧିବେଶନ ପୂର୍ବରୁ ଏହି ପ୍ରସଙ୍ଗରେ ଆଲୋଚନା କରିବାକୁ ଆମେ ଆମର ଏମପିମାନଙ୍କୁ ଡାକିବାକୁ ଚିନ୍ତା କରୁଛୁ ବୋଲି ସିଏମ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?