Posted inଜାତୀୟ

ଜେଡିଏସ୍‌କୁ ବଡ଼ ଝଟକା: ଇସ୍ତଫା ଦେଲେ ଅବ୍‌ଦୁଲ

ବେଙ୍ଗାଲୁରୁ,୮ା୪: ୨୦୨୩ କର୍ନାଟକ ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ପରିବର୍ତ୍ତନ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷିରେ ଜେଡିଏସ୍‌କୁ ଏକ ବଡ଼ ଝଟକା ଲାଗିଛି। ଜେଡିଏସ୍‌ ନେତା ଅବ୍‌ଦୁଲ ଅଜିଜ୍‌ ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ସେ ନରସିଂହରାଜ ବିଧାନସଭା ନିର୍ବାଚନମଣ୍ଡଳୀରୁ ଟିକେଟ ମାଗିଥିଲେ। ହେଲେ ଟିକେଟ ନ ମିଳିବାରୁ ସେ ଈର୍ଷାନ୍ବିତ ହୋଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିବା ସୂଚନା ମିଳଛି। ଏପରିକି ଅବ୍‌ଦୁଲ ତାଙ୍କ ଇସ୍ତଫାପତ୍ର ରାଜ୍ୟ ସଚିବ ଏବଂ ସଭାପତିଙ୍କୁ ପ୍ରଦାନ କରିଥିବା ଜଣାପଡ଼ିଛି।
ସୂଚନାନୁସାରେ, ଅବ୍‌ଦୁଲଙ୍କ ଇସ୍ତଫା ପରେ ଜେଡିଏସ୍‌ ପକ୍ଷରୁ ଉକ୍ତ ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇ ନାହିଁ। ଅନ୍ୟପକ୍ଷେ ଅବ୍‌ଦୁଲ ତାଙ୍କ ସମର୍ଥକଙ୍କ ସହ ଶନିବାର ବେଙ୍ଗାଲୁରୁରେ କଂଗ୍ରେସ ବିଧାନସଭା ଦଳର ନେତା ସିଦ୍ଦାରମେୟାଙ୍କୁ ଭେଟିଛନ୍ତି। ଏହି ବୈଠକ ପରେ ସେ ଖୁବ୍‌ଶୀଘ୍ର କଂଗ୍ରେସରେ ଯୋଗଦେବାର ସମ୍ଭାବନା ଦେଖାଦେଇଛି।
ବିରୋଧୀ କଂଗ୍ରେସ ପ୍ରଥମ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୧୧୬ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ଜେଡିଏସ୍‌ ବର୍ତ୍ତମାନ ସୁଦ୍ଧା ୯୩ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ହେଲେ ଭାଜପା ଏପର୍ଯ୍ୟନ୍ତ ପ୍ରଥମ ତାଲିକା ଘୋଷଣା କରିନାହିଁ। ଉଲ୍ଲେଖଯୋଗ୍ୟ, ମେ ୧୦ରେ କର୍ନାଟକରେ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ୧୩ରେ ଭୋଟ ଗଣନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri