Posted inଜାତୀୟ

୧୬ ଯାଏ କଲେଜ ବନ୍ଦ

ଉଡ଼ୁପି,୧୨।୨: କର୍ନାଟକରେ ହିଜାବକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ କଲେଜ ଛୁଟିକୁ ୧୬ ତାରିଖ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ୧୪ ତାରିଖରେ ସ୍କୁଲ୍‌ ଖୋଲିବାକୁ ଥିବାରୁ ଆଇନ ଶୃଙ୍ଖଳା ସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ପୋଲିସ ପକ୍ଷରୁ ସତର୍କତା ପଦକ୍ଷେପ ସ୍ବରୂପ ଉଡ଼ୁପି ଜିଲାରେ ଫ୍ଲାଗ୍‌ ମାର୍ଚ୍ଚ କରାଯାଇଛି। ହିଜାବ ବିବାଦକୁ ନେଇ କର୍ନାଟକରେ ସ୍କୁଲ୍‌ଗୁଡ଼ିକୁ ବନ୍ଦ କରିଦିଆଯାଇଥିବା ବେଳେ ସରକାର ଏହାକୁ ଆଉ ୩ ଦିନ ବଢ଼ାଇ ଦେଇଛନ୍ତି। ସୋମବାର ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବାକୁ ଯାଉଛି। କେତେକ କଲେଜରେ ହିଜାବ ପିନ୍ଧିଥିବା ଛାତ୍ରୀଙ୍କୁ ପ୍ରବେଶ ଅନୁମତି ଦିଆ ନ ଯିବାରୁ ଏହାର ପ୍ରତିବାଦରେ ଗତ ୪ ତାରିଖରୁ ବିକ୍ଷୋଭ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri