Posted inଜାତୀୟ

ପ୍ରସିଦ୍ଧ ଧାର୍ମିକ ଗୁରୁ ସିଦ୍ଧେଶ୍ୱର ସ୍ବାମୀଜୀଙ୍କ ପରଲୋକ: ପ୍ରଧାନମନ୍ତ୍ରୀଙ୍କ ଶୋକ

ବେଙ୍ଗାଲୁରୁ,୩।୧: କର୍ନାଟକର ବିଜୟପୁର ଜିଲାରେ ଅବସ୍ଥିତ ଜନ୍ନାୟୋଗାଶ୍ରାମର ପ୍ରସିଦ୍ଧ ଧାର୍ମିକ ଗୁରୁ ସିଦ୍ଧେଶ୍ୱର ସ୍ବାମୀଜୀଙ୍କ ପରଲୋକ ଘଟିଛି। ତାଙ୍କୁ ୮୧ ବର୍ଷ ହୋଇଥିଲା। ସେ କିଛି ଦିନ ହେବ ବୟସ ସମ୍ବନ୍ଧୀୟ ରୋଗ ସହ ଲଢୁଥିଲେ।
ତାଙ୍କ ମୃତ୍ୟୁ ବିଷୟରେ ସୂଚନା ପାଇବା ମାତ୍ରେ ବହୁ ସଂଖ୍ୟାରେ ଭକ୍ତ ଓ ଅନୁଗାମୀ ଜନନାୟୋଗାଶ୍ରମ ପରିସରରେ ପହଞ୍ଚି ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସିଦ୍ଧେଶ୍ୱର ସ୍ବାମୀଜୀଙ୍କ ଭକ୍ତ ଏବଂ ଅନୁଗାମୀମାନେ କର୍ନାଟକ, ମହାରାଷ୍ଟ୍ର ଏବଂ ଅନ୍ୟାନ୍ୟ ରାଜ୍ୟରେ ଅଛନ୍ତି। କର୍ନାଟକ ସରକାର ଏକ ବିବୃତ୍ତିରେ କହିଛନ୍ତି, ସିଦ୍ଧେଶ୍ୱର ସ୍ବାମୀଜୀଙ୍କ ଶେଷ ରୀତିନୀତି ରାଷ୍ଟ୍ରୀୟ ସମ୍ମାନରେ ପାଳନ କରାଯିବ। ଏଥି ସହ ବିଜୟପୁର ଜିଲା ପ୍ରଶାସନ ତାଙ୍କ ସମ୍ମାନାର୍ଥେ ମଙ୍ଗଳବାର ସ୍କୁଲ-କଲେଜ ଏବଂ ସରକାରୀ କାର୍ଯ୍ୟାଳୟରେ ଛୁଟି ଘୋଷଣା କରିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ସ୍ବାମୀଜୀଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି ଯେ ସମାଜ ପାଇଁ ଉତ୍କୃଷ୍ଟ ସେବା ପାଇଁ ସ୍ବାମୀଜୀଙ୍କୁ ସ୍ମରଣ କରାଯିବ। ସେ ଅନ୍ୟମାନଙ୍କ ଉନ୍ନତି ପାଇଁ ନିରନ୍ତର ପରିଶ୍ରମ କରିଥିଲେ। ମୋର ଚିନ୍ତାଧାରା ତାଙ୍କ ଭକ୍ତଙ୍କ ସହିତ ଅଛି। ଓମ ଶାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri