Posted inଜାତୀୟ

କର୍ନାଟକରେ ଚାଞ୍ଚଲ୍ୟ: ୧୦ ସ୍ଥାନରୁ ମିଳିଲା ମହିଳାଙ୍କ କଟାମୁଣ୍ଡ

ବେଙ୍ଗାଲୁରୁ,୯ା୮: କର୍ନାଟକର ତୁମକୁର ଜିଲା ଅନ୍ତର୍ଗତ ୧୦ଟି ସ୍ଥାନରୁ ଜଣେ ମହିଳାଙ୍କ ଶରୀରର ବିଭିନ୍ନ ଅଙ୍ଗ ମିଳିବା ଘଟଣା ଆତଙ୍କ ଖେଳାଇ ଦେଇଛି। ଗତ ଗୁରୁବାର କୁକୁର ଏକ କଟା ହାତକୁ ରାସ୍ତାକୁ ଘୋଷାଡ଼ି ଆଣିବା ଦେଖି ଲୋକେ ଭୟଭୀତ ହୋଇଯାଇଥିଲେ।

ଏହାର ଗୋଟିଏ କିଲୋମିଟର ଦୂରରେ ଆଉ ଏକ ହାତ ମିଳିଥିଲା। ଏହିପରି ୧୦ଟି ବିଭିନ୍ନ ସ୍ଥାନରୁ ମହିଳାଙ୍କ ମୁଣ୍ଡ ଓ ଶରୀରର ଅନ୍ୟାନ୍ୟ ଅଙ୍ଗ ମିଳିଥିଲା। ଏହ ଜଘନ୍ୟ ହତ୍ୟାକାଣ୍ଡ ପଛର ଉଦ୍ଦେଶ୍ୟ ଜଣାପଡ଼ି ନ ଥିବାବେଳେ ହତ୍ୟାକାରୀଙ୍କୁ ମଧ୍ୟ ଚିହ୍ନଟ କରାଯାଇ ନାହିଁ। ହାତର ଟାଟୁ ଓ ମୁହଁର ବିଶେଷତାକୁ ଆଧାର କରି ପୋଲିସ ମୃତକଙ୍କୁ ତୁମାକୁର ତାଲୁକ୍‌ ଅନ୍ତର୍ଗତ ବେଲ୍ଲାଭି ଗ୍ରାମର ଲକ୍ଷ୍ମୀଦେବାମ୍ମା(୪୨) ବୋଲି ଚିହ୍ନଟ କରିଛି।

ସେ ଗତ ୪ ତାରିଖରୁ ନିଖୋଜ ଥିବାନେଇ ତାଙ୍କ ସ୍ବାମୀ ବାସବରାଜୁ ବେଲ୍ଲାଭି ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣା ୨୦୨୨ର ଶ୍ରଦ୍ଧା ଓ୍ବାଲ୍‌କର ମାମଲାକୁ ମନେ ପକାଇ ଦେଉଛି। ୨୭ ବର୍ଷୀୟ ଶ୍ରଦ୍ଧାଙ୍କୁ ତାଙ୍କ ଲିଭ୍‌ ଇନ୍‌ ପାର୍ଟନର ହତ୍ୟା କରିବା ପରେ ଶରୀରକୁ ଖଣ୍ଡ ଖଣ୍ଡ କରି ଦିଲ୍ଲୀର ଜଙ୍ଗଲ ମଧ୍ୟରେ ବିଭିନ୍ନ ସ୍ଥାନରେ ଫିଙ୍ଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ନୂଆ ପ୍ରଦେଶ ପ୍ରଭାରୀ ଘୋଷଣା କଲା ଭାଜପା: ସ୍ମୃତି, ବୈଜୟନ୍ତଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜାଣନ୍ତୁ ଓଡ଼ିଶା ଦାୟିତ୍ୱରେ କିଏ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ସଂଗଠନରେ ବଡ଼ ଧରଣର ପରିବର୍ତ୍ତନ କରି ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ନୂଆ ପ୍ରଦେଶ ପ୍ରଭାରୀ ଓ…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

ଭାଜପା ପାଇଁ ଆସିଲା ବଡ଼ ଖୁସି ଖବର: ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ…

ଶିଲଂ,୨୩।୯: ମେଘାଳୟର ୧୨ ଜଣ UDP ବିଧାୟକଙ୍କ ମଧ୍ୟରୁ ୮ ଜଣ ଭାଜପାରେ ଯୋଗ ଦେଉଛନ୍ତି। ଖ୍ଲିହରିଆଟ (Khliehriat) ବିଧାୟକ କାଇରମେନ ଶାଇଲାଙ୍କ ନେତୃତ୍ୱରେ ଏହି ବିଧାୟକମାନେ…

ବମ୍ବେ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ରାସ୍ତାରେ ବାଣ ଫୁଟାଇଲେ ହେବ…

ମୁମ୍ବାଇ,୨୩ା୯: ପର୍ବପର୍ବାଣୀ ସମୟରେ ହେଉଥିବା ପ୍ରବଳ ଶବ୍ଦ ଏବଂ ବାୟୁ ପ୍ରଦୂଷଣ ଉପରେ ତୀବ୍ର ଅସନ୍ତୋଷ ପ୍ରକାଶ କରି ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି…

SIR ପ୍ରକ୍ରିୟାକୁ ନେଇ ଉଠିଥିବା ପ୍ରଶ୍ନର ଉତ୍ତର ରଖିଲା ନିର୍ବାଚନ ଆୟୋଗ: କହିଲେ, ସମସ୍ତଙ୍କ ସହମତି କ୍ରମେ…

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କ ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ ପ୍ରକ୍ରିୟା’ (SIR) ସମ୍ପର୍କରେ ‘ଇଣ୍ଡିଆନ ଏକ୍ସପ୍ରେସ’ର ଏକ ରିପୋର୍ଟ ପ୍ରକାଶ ପାଇବା ପରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?