ଶିବମୋଗାରେ ବଢ଼ୁଛି ଉତ୍ତେଜନା: ୩ଅଭିଯୁକ୍ତ ଗିରଫ, ଏନ୍‌ଆଇଏ ଯାଞ୍ଚ ଦାବି

ବେଙ୍ଗାଲୁରୁ,୨୧।୨: କର୍ନାଟକରେ ହିଜାବ ବିବାଦ ପରେ ଏବେ ନିର୍ବାଚନୀ ହିଂସା କୁହୁଳିବାରେ ଲାଗିଛି। ରବିବାର ଶିଭମୋଗାରେ ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ହର୍ଷଙ୍କୁ ହତ୍ୟା କରାଯିବା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ଜାରି ରହିଛି। ଏହି ଘଟଣାରେ ଏଯାଏ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଅନ୍ୟପଟେ ଏହି ଘଟଣାକୁ ନେଇ ରାଜନୈତିକ ବୟାନବାଜି ଆରମ୍ଭ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପରିସ୍ଥିତି ଉପରେ ନିୟନ୍ତ୍ରଣ ରଖିବା ଲାଗି ସେଠାରେ ଧାରା ୧୪୪ ଲାଗୁ କରାଯାଇଛି। ଏଥିସହ ସ୍ଥାନୀୟ ଅଞ୍ଚଳର ପରିସ୍ଥିତିକୁ ନଜରରେ ରଖି ୨ ଦିନ ପାଇଁ ସ୍କୁଲ ଓ କଲେଜ ବନ୍ଦ ରଖାଯାଇଛି। ତେବେ ଶାନ୍ତି ଶୃଙ୍ଖଳା ରକ୍ଷା କରିବା ଓ ସ୍ଥାନୀୟ ପୋଲିସକୁ ସହାୟତା କରିବା ଲାଗି ମସଗ୍ର ରାଜ୍ୟରୁ ୨୧୨ ଇନ୍ସପେକ୍ଟର ଓ ସବ୍‌ଇନ୍ସପେକ୍ଟର ଉକ୍ତ ଅଞ୍ଚଳରେ ପହଞ୍ଚିଛନ୍ତି। ଅନ୍ୟପଟେ ସିଦ୍ଧୈଆ ରୋଡରେ ବିକ୍ଷୋଭକାରୀ ପ୍ରଦର୍ଶନ କରୁଥିବା ସମୟରେ ସେମାନଙ୍କୁ ନିୟନ୍ତ୍ରଣ କରିବା ଲାଗି ପୋଲିସ ପକ୍ଷରୁ ଫାଙ୍କା ଗୁଳି ଚାଳନା କରାଯାଇଥିଲା। ଅନ୍ୟପଟେ କେନ୍ଦ୍ରମନ୍ତ୍ରୀ ଶୋଭା କରନ୍ଦଲାଜେ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଏନ୍‌ଆଇଏ ତଦନ୍ତ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri