Posted inଜାତୀୟ

ହିଜାବ ପିନ୍ଧି ପରୀକ୍ଷା ଦେବାକୁ ଅନୁମତି ଲୋଡ଼ିଲେ କର୍ନାଟକ ଛାତ୍ରୀ

ନୂଆଦିଲ୍ଲୀ,୨୩ା୨: କର୍ନାଟକର ସରକାରୀ ସ୍କୁଲଗୁଡ଼ିକରେ ହିଜାବ ପରିଧାନ ଉପରେ କଟକଣା ଜାରି କରାଯାଇଛି। ତେବେ କେତେଜଣ ମୁସଲମାନ ଛାତ୍ରୀ ହିଜାବ ପିନ୍ଧି ପରୀକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ଲୋଡ଼ିଛନ୍ତି। ସେମାନଙ୍କ ଆବେଦନର ଶୁଣାଣି କରିବାକୁ ବୁଧବାର ସର୍ବୋଚ୍ଚ ଅଦାଲତ ରାଜି ହୋଇଛନ୍ତି। କର୍ନାଟକର ସ୍କୁଲଗୁଡ଼ିକରେ ମାର୍ଚ୍ଚ ୯ରୁ ପରୀକ୍ଷା ଆରମ୍ଭ ହେବ।

ବିନା ହିଜାବରେ ପରୀକ୍ଷା ଦେବାକୁ ଗଲେ ହଲ୍‌କୁ ପ୍ରବେଶ କରିବାକୁ ଦିଆଯାଇ ନ ପାରେ ବୋଲି ଆଶଙ୍କା କରି ରାଜ୍ୟର ମୁସଲମାନ ଛାତ୍ରୀମାନେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତା ତଥା ଜଷ୍ଟିସ୍‌ ପି.ଏସ୍‌. ନରସିଂହଙ୍କୁ ନେଇ ଗଠିତ ଖଣ୍ଡପଠରେ ସୋମବାର ଏହାର ଶୁଣାଣି କରାଯାଉ ବୋଲି ଛାତ୍ରୀମାନଙ୍କ ଓକିଲ ଶାଦନ ଫରସତ ଅଦାଲତଙ୍କୁ ନିବେଦନ କରିଛନ୍ତି। ପ୍ରକାଶ ଯେ, ଏହି ପ୍ରସଙ୍ଗର ସ୍ଥାୟୀ ସମାଧାନ ପାଇଁ ଗତ ବର୍ଷ ସୁପ୍ରିମକୋର୍ଟ ବିଭାଜିତ ରାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ, ‘ସରକାରଙ୍କୁ ଜଣାଅଛି ଯେ…’

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ଏହି କ୍ରିକେଟର୍‌ଙ୍କ ଘର ଉପରକୁ ପେଟ୍ରୋଲ ବୋମା ମାଡ଼: କାରଣ ଜାଣିଲେ…

ନୂଆଦିଲ୍ଲୀ,୬।୮: କିମ୍ବଦନ୍ତୀ ବାଂଲାଦେଶୀ କ୍ରିକେଟର ଏବଂ ପୂର୍ବତନ ଅଧିନାୟକ ସାକିବ ଅଲ ହାସନଙ୍କ ଘର ଉପରେ ପେଟ୍ରୋଲ ବୋମା ମାଡ଼ କରାଯାଇଛି। ବାଂଲାଦେଶର ସବୁଠାରୁ ସଫଳ କ୍ରିକେଟରମାନଙ୍କ…

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri