Posted inଜାତୀୟ

ହିଜାବ ପିନ୍ଧି ପରୀକ୍ଷା ଦେବାକୁ ସୁପ୍ରିମକୋର୍ଟଙ୍କ ଅନୁମତି ଲୋଡ଼ିଲେ କର୍ନାଟକ ଛାତ୍ରୀ

ନୂଆଦିଲ୍ଲୀ,୨୨ା୨:କର୍ନାଟକର ସରକାରୀ ସ୍କୁଲଗୁଡ଼ିକରେ ହିଜାବ ପରିଧାନ ଉପରେ କଟକଣା ଜାରି କରାଯାଇଛି। ତେବେ କେତେଜଣ ମୁସଲମାନ ଛାତ୍ରୀ ହିଜାବ ପିନ୍ଧି ପରୀକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ଲୋଡ଼ିଛନ୍ତି। ସେମାନଙ୍କ ଆବେଦନର ଶୁଣାଣି କରିବାକୁ ବୁଧବାର ସର୍ବୋଚ୍ଚ ଅଦାଲତ ରାଜି ହୋଇଛନ୍ତି।
କର୍ନାଟକର ସ୍କୁଲଗୁଡ଼ିକରେ ମାର୍ଚ୍ଚ ୯ରୁ ପରୀକ୍ଷା ଆରମ୍ଭ ହେବ। ବିନା ହିଜାବରେ ପରୀକ୍ଷା ଦେବାକୁ ଗଲେ ହଲ୍‌କୁ ପ୍ରବେଶ କରିବାକୁ ଦିଆଯାଇ ନ ପାରେ ବୋଲି ଆଶଙ୍କା କରି ରାଜ୍ୟର ମୁସଲମାନ ଛାତ୍ରୀମାନେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତା ତଥା ଜଷ୍ଟିସ୍‌ ପି.ଏସ୍‌. ନରସିଂହଙ୍କୁ ନେଇ ଗଠିତ ଖଣ୍ଡପଠରେ ସୋମବାର ଏହାର ଶୁଣାଣି କରାଯାଉ ବୋଲି ଛାତ୍ରୀମାନଙ୍କ ଓକିଲ ଶାଦନ ଫରସତ ଅଦାଲତଙ୍କୁ ନିବେଦନ କରିଛନ୍ତି। ପ୍ରକାଶ ଯେ, ଏହି ପ୍ରସଙ୍ଗର ସ୍ଥାୟୀ ସମାଧାନ ପାଇଁ ଗତ ବର୍ଷ ସୁପ୍ରିମକୋର୍ଟ ବିଭାଜିତ ରାୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ବରଗଡ଼କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି: ୧୩ କୋଟି ଟଙ୍କା ବ୍ୟୟ ଅଟକଳରେ ହେବ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜମହଲ

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। କେବଳ ବରଗଡ଼, ପଶ୍ଚିମ ଓଡ଼ିଶା, ଓଡ଼ିଶା କିମ୍ବା ଭାରତ ନୁହେଁ, ଦେଶ ବାହାର...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri