Posted inଜାତୀୟ

ଏନ୍‌ଇପି ବଦଳରେ ନୂଆ ଶିକ୍ଷାନୀତି ଆଣିବ କର୍ନାଟକ

ବେଙ୍ଗାଲୁରୁ , ୮।୭ (ପି.ଟି.): କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଶୁକ୍ରବାର ଜାତୀୟ ଶିକ୍ଷା ନୀତି (ଏନ୍‌ଇପି)କୁ ସମାଲୋଚନା କରିଛନ୍ତି। କେନ୍ଦ୍ର ସରକାର କାର୍ଯ୍ୟକାରୀ କରିଥିବା ଜାତୀୟ ଶିକ୍ଷାନୀତି ସଂଘୀୟ ବ୍ୟବସ୍ଥା ସହ ଅସଂଗତ ଏବଂ ଏଥିରେ ଏକାଧିକ ତ୍ରୁଟି ରହିଥିବା ସିଦ୍ଦାରାମାୟା କହିଛନ୍ତି। କର୍ନାଟକ ବିଧାନସଭାରେ ନିଜର ବଜେଟ ଭାଷଣରେ ସିଦ୍ଦାରାମାୟା କହିଥିଲେ, ତାଙ୍କ ସରକାର ରାଜ୍ୟର ସାମାଜିକ, ସାଂସ୍କୃତିକ ଓ ଆର୍ଥତ୍କ ପରିବେଶକୁ ବିଚାରକୁ ନେଇ ନୂଆ ଶିକ୍ଷାନୀତି ଆଣିବେ। ଏହି ନୂଆ ନୀତି ରାଜ୍ୟରେ ଉଚ୍ଚଶିକ୍ଷା ମାନକୁ ବିଶ୍ୱସ୍ତରୀୟ କରିବା ସହ ବୈଶ୍ୱିକ ସ୍ତରରେ ଯୁବବର୍ଗଙ୍କୁ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ସାମର୍ଥ୍ୟ ଯୋଗାଇବ ଏବଂ ସାର୍ଥକ ନିଯୁକ୍ତି ସୁଯୋଗ ହାତେଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ଖବର! ବଦଳିଲା ସପ୍ଲାଇ ନିୟମ, ସରକାର ହଟାଇଲେ ଜରୁରୀକାଳୀନ ନିୟନ୍ତ୍ରଣ

ନୂଆଦିଲ୍ଲୀ,୫/୭: ମିଡିଲ୍ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଯୁଦ୍ଧବିରତି ଏବଂ ହୋର୍ମୁଜ୍ ଷ୍ଟ୍ରେଟ୍‌ (Strait of Hormuz) ଦେଇ ସାମୁଦ୍ରିକ ଜାହାଜ ଚଳାଚଳ ପୁଣି ଥରେ ଆରମ୍ଭ ହେବା…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ବଦ୍ରିନାଥ, କେଦାରନାଥ ମନ୍ଦିରରୁ ଦାନ ଟଙ୍କା ଚୋରି ଅଭିଯୋଗ

ଡେରାଡୁନ୍‌,୪ା୭, ଅଯୋଧ୍ୟା ରାମମନ୍ଦିରରୁ ବହୁ କୋଟି ଟଙ୍କାର ଦାନ ଚୋରି ଘଟଣା ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏବେ ଉତ୍ତରାଖଣ୍ଡର ବଦ୍ରିନାଥ ଓ କେଦାରନାଥ ମନ୍ଦିରରେ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri