Posted inଜାତୀୟ

ମହାରାଷ୍ଟ୍ରର ଧୈର୍ଯ୍ୟର ପରୀକ୍ଷା ନକରୁ କର୍ନାଟକ: ପାଓ୍ବାରଙ୍କ ଚେତାବନୀ…

ମୁମ୍ବାଇ,୬।୧୨ : ମହାରାଷ୍ଟ୍ର ଏବଂ କର୍ନାଟକ ମଧ୍ୟରେ ଚାଲିଥିବା ସୀମା ବିବାଦ ଏବେ ଉଗ୍ରରୂପ ନେବାକୁ ଲାଗିଛି। ମଙ୍ଗଳବାର କର୍ନାଟକର ବେଲଗାଭିର ବାଗେୱାଡି ଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସମୟରେ କର୍ନାଟକ ରକ୍ଷଣ ବୈଦିକ କାର୍ଯ୍ୟକର୍ତ୍ତା ମହାରାଷ୍ଟ୍ରର ଟ୍ରକ ଉପରେ ପଥର ଫିଙ୍ଗିଥିଲେ। ବର୍ତ୍ତମାନ ଏନସିପି ମୁଖ୍ୟ ଶରଦ ପାୱାର କର୍ନାଟକର ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ କର୍ନାଟକ ମହାରାଷ୍ଟ୍ରର ଧୈର୍ଯ୍ୟର ପରୀକ୍ଷା ନକରୁ।

ଶରଦ ପାୱାର କହିଛନ୍ତି, ସୀମା ବିବାଦ ସମ୍ପର୍କରେ ବୋମ୍ମାଇଙ୍କ ସହ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ମଧ୍ୟ କଥା ହୋଇଥିଲେ। ଏହା ସତ୍ତ୍ୱେ ସେ ଏହି ପ୍ରସଙ୍ଗରେ କୌଣସି ବିନମ୍ରତା ଦେଖାଇ ନାହାଁନ୍ତି। ଏହାର ଶୀଘ୍ର ସମାଧାନ ହେବା ଉଚିତ ବୋଲି ପାଓ୍ବାର କହିଛନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଶିନ୍ଦେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ସମସ୍ତ ରାଜନୈତିକ ଦଳ ସହିତ ଆଲୋଚନା କରିବା ଜରୁରୀ। ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି, ମୁଁ ସମସ୍ତ ଏମ୍‌ପିଙ୍କୁ ଏକତ୍ରିତ ହୋଇ ଏହି ପ୍ରସଙ୍ଗକୁ ମଉଠାଇବାକୁ ଅନୁରୋଧ କରୁଛି। ପାୱାର କହିଛନ୍ତି ଯେ କର୍ନାଟକରେ ମହାରାଷ୍ଟ୍ରର ଗାଡିଗୁଡିକ ନଷ୍ଟ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ଯେତିକି ପାରିବ ସେତିକି

ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତା ଏବେ ମଣିଷର ପ୍ରତିଟି ପଦକ୍ଷେପକୁ ପରିଚାଳନା କଲାଣି। ପରିବେଶ ପରିସଂସ୍ଥାନକୁ ଇକୋସିଷ୍ଟମ ବୋଲି କହିଥାଉ। ଏବେ ଏଆଇ ଇକୋସିଷ୍ଟମ…

ପାଠ ପଢ଼ାଇଲେ, ଆଡ୍‌ମିଟ୍‌ କାର୍ଡ ଦେଲେନି: ସିବିଏସ୍‌ଇ ୧୦ମ ପରୀକ୍ଷାରୁ ଛାତ୍ର ବଞ୍ଚିତ

ପାରଳାଖେମୁଣ୍ଡି,୧୮ା୨ (ଗିରିଧାରୀ ପରିଚ୍ଛା):ସିବିଏସ୍‌ଇ ମାଟ୍ରିକ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ହେଲେ ଏକ ଘରୋଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଗଜପତି ଜିଲା କାଶୀନଗରରେ ଜଣେ ଛାତ୍ର ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri