Posted inଜାତୀୟ

କର୍ନାଟକରେ ବୁଧବାର ଭୋଟ

ବେଙ୍ଗାଲୁରୁ, ୯ା୫: କର୍ନାଟକର ୨୨୪ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନ ଲାଗି ବୁଧବାର ମତଦାନ ହେବାକୁ ଥିବାବେଳେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ସବୁ ଦଳ ପକ୍ଷରୁ ଜୋର୍‌ଦାର ପ୍ରଚାର କରାଯାଇଥିଲା। ବୁଧବାର ଭୋଟରମାନେ ପ୍ରାର୍ଥୀମାନଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। କେତେକ ଜନମତ ସର୍ଭେ ଅନୁଯାୟୀ ଶାସକ ଭାଜପା ଏବଂ ବିରୋଧୀ କଂଗ୍ରେସ ମଧ୍ୟରେ ଜୋର୍‌ଦାର ଟକ୍କର ହେବାକୁ ଯାଉଥିବାବେଳେ କିଙ୍ଗ୍‌ ମେକର ଭୂମିକା ନେବାକୁ ଜେଡିଏସ୍‌ ଆଶା ରଖିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଚାରରୁ ଭାଜପା ଲାଭ ଉଠାଇବା ନେଇ ଆଶାବାଦୀ ରହିଛି। କଂଗ୍ରେସ ଆଗରେ ରହିବ ବୋଲି କେତେକ ଜନମତ ସର୍ଭେରେ ପ୍ରକାଶ ପାଇଥିବାବେଳେ ଶେଷ ପର୍ଯ୍ୟାୟରେ ମୋଦି ପ୍ରଚାରକୁ ଓହ୍ଲାଇ ୨୦ରୁ ଊର୍ଦ୍ଧ୍ୱ ରାଲିରେ ସାମିଲ ହୋଇଥିଲେ। ବେଙ୍ଗାଲୁରୁରେ କ୍ରମାଗତ ଦୁଇଦିନ ଧରି ମେଗା ରୋଡ୍‌ଶୋ’ ହୋଇଥିଲା। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ମଧ୍ୟ ଏକାଧିକ ନିର୍ବାଚନୀ ସଭାରେ ଯୋଗଦେଇ କଂଗ୍ରେସକୁ ଟାର୍ଗେଟ କରିଥିଲେ। ମୋଦି, ଶାହାଙ୍କ ପ୍ରଚାର ଭାଜପା ମନୋବଳ ବଢ଼ାଇଥିଲେ ମଧ୍ୟ ଏହା ଭୋଟ ହାତେଇବାରେ କେତେଦୂର ସଫଳ ହେବ ତାହା ଫଳାଫଳରୁ ଜଣାପଡ଼ିବ। ଭାଜପା ପୁଣିଥରେ କ୍ଷମତାକୁ ଫେରିବା ନେଇ ଆଶାବାଦୀ ଥିବାବେଳେ ଶାସକ ବିରୋଧୀ ହାଓ୍ବାରୁ କଂଗ୍ରେସ ଫାଇଦା ଉଠାଇବାକୁ ଲକ୍ଷ୍ୟ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri