Posted inଜାତୀୟ

ଅଡୁଆରେ କର୍ଣ୍ଣାଟକ ସରକାର: ୬,୦୦୦ କୋଟିର ମଦ ଦୁର୍ନୀତି ଅଭିଯୋଗ

ନୂଆଦିଲ୍ଲୀ,୨୭।୧: କର୍ଣ୍ଣାଟକର କଂଗ୍ରେସ ସରକାର ଏକ ବଡ଼ ଧରଣର ଦୁର୍ନୀତି ଅଭିଯୋଗର ଘେରକୁ ଆସିଛନ୍ତି। ରାଜ୍ୟ ଅବକାରୀ ବିଭାଗରେ ଗତ ଦୁଇ ବର୍ଷ ମଧ୍ୟରେ ପ୍ରାୟ ୬,୦୦୦ କୋଟି ଟଙ୍କାର ଦୁର୍ନୀତି ହୋଇଥିବା କର୍ଣ୍ଣାଟକ ୱାଇନ୍ ମର୍ଚାଣ୍ଟ ଆସୋସିଏସନ ଗୁରୁତର ଅଭିଯୋଗ ଆଣିଛି। ଏହି ବିଷୟରେ ଅବଗତ କରିବା ପାଇଁ ସଙ୍ଘ ପକ୍ଷରୁ କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ରାହୁଲ ଗାନ୍ଧୀଙ୍କୁ ଚିଠି ଲେଖିବାକୁ ନିଷ୍ପତ୍ତି ନିଆଯାଇଛି।

ଆସୋସିଏସନ ସଭାପତି ଗୁରୁସ୍ୱାମୀଙ୍କ କହିବା ଅନୁଯାୟୀ, ବେଙ୍ଗାଲୁରୁରେ ଗୋଟିଏ ହୋଟେଲ ଓ ବୋର୍ଡିଂ ବାର୍ ଲାଇସେନ୍ସ ପାଇଁ ଅଞ୍ଚଳ ଭିତ୍ତିରେ ୧ ରୁ ୨ କୋଟି ଟଙ୍କା ଦାବି କରାଯାଉଛି।

ଲାଇସେନ୍ସ ପାଇଁ ପ୍ରାୟ ୩୦ ରୁ ୭୦ ଲକ୍ଷ ଟଙ୍କାର ଲାଞ୍ଚ କାରବାର ହେଉଛି। ଏହି ଅର୍ଥ କେବଳ ମନ୍ତ୍ରୀ ନୁହେଁ, ବରଂ ଉଚ୍ଚପଦସ୍ଥ ଅଧିକାରୀଙ୍କ ପାଖକୁ ମଧ୍ୟ ଯାଉଥିବା ଅଭିଯୋଗ ହୋଇଛି।

୨୦୨୪ରେ ମଧ୍ୟ ସଙ୍ଘ ପକ୍ଷରୁ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ ଲୋକାୟୁକ୍ତଙ୍କୁ ଚିଠି ଲେଖି ଅବକାରୀ ମନ୍ତ୍ରୀ ଆର.ବି. ତିମ୍ମାପୁରଙ୍କ ବିରୋଧରେ ୭୦୦ କୋଟିର ଦୁର୍ନୀତି ଅଭିଯୋଗ ଅଣାଯାଇଥିଲା। ଏଥିରେ ୩ ଜଣ ଡେପୁଟି କମିଶନରଙ୍କ ସମେତ ୪୦ରୁ ଅଧିକ ଅଧିକାରୀଙ୍କ ନାମ ରହିଥିଲା।

ଅବକାରୀ ମନ୍ତ୍ରୀ ଆର.ବି. ତିମ୍ମାପୁର ଏହି ସମସ୍ତ ଅଭିଯୋଗକୁ ସମ୍ପୂର୍ଣ୍ଣ ଭାବେ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, “ଏହି ଅଭିଯୋଗର କୌଣସି ପ୍ରମାଣ ଅଛି କି? ଏହା ସମ୍ପୂର୍ଣ୍ଣ ଭିତ୍ତିହୀନ। ମୁଁ ବିଧାନସଭା ଗୃହରେ ଏହାର ଉପଯୁକ୍ତ ଜବାବ ଦେବି।”


Enter your email to get our daily news in your inbox.

All Right Reserved By Dharitri.Com

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

SIR ନୋଟିସ୍‌: ଜୟଶଙ୍କରଙ୍କଠାରୁ ଆଡଭାନିଙ୍କ ପର୍ଯ୍ୟନ୍ତ, ତାଲିକାରେ ଅନେକ VVIP ଭୋଟର

ନୂଆଦିଲ୍ଲୀ,୨୦।୯: ଦିଲ୍ଲୀରେ ଚାଲିଥିବା ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପ୍ରକ୍ରିୟାକୁ ନେଇ ଅନେକ ହାଇପ୍ରୋଫାଇଲ୍‌ ଭୋଟରଙ୍କୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?