Posted inଜାତୀୟ

ବିବାହର ୨ ମାସ ପରେ ପ୍ରେମିକ ସହ ଫେରାର ସ୍ତ୍ରୀ: ସ୍ୱାମୀ ଓ ମଧ୍ୟସ୍ଥିଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୩୦।୧: କର୍ଣ୍ଣାଟକର ଦାବଣଗେରେ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ମାତ୍ର ଦୁଇ ମାସ ପରେ ଜଣେ ମହିଳା ନିଜ ପ୍ରେମିକ ସହ ଫେରାର ହୋଇଯାଇଛନ୍ତି। ଏହାପରେ ମାନସିକ ସନ୍ତୁଳନ ହରାଇ ତାଙ୍କ ସ୍ୱାମୀ ଏବଂ ବିବାହ କରାଇଥିବା ମଧ୍ୟସ୍ଥି ଆତ୍ମହତ୍ୟା କରିଛନ୍ତି।

ସରସ୍ୱତୀ ନାମକ ମହିଳା ଜଣକ ଗତ ଜାନୁଆରୀ ୨୩ ତାରିଖରେ ମନ୍ଦିର ଯାଉଛି କହି ଘରୁ ବାହାରିଥିଲେ। କିନ୍ତୁ ସେ ଆଉ ଫେରିନଥିଲେ। ପୋଲିସ ତଦନ୍ତରୁ ଜଣାପଡ଼ିଥିଲା ଯେ ସେ ନିଜ ପ୍ରେମିକ ଶିବକୁମାରଙ୍କ ସହ ଫେରାର ହୋଇଯାଇଛନ୍ତି।

ପତ୍ନୀଙ୍କ ଫେରାର ଖବର ଶୁଣି ୩୦ ବର୍ଷୀୟ ସ୍ୱାମୀ ହରିଶ ମର୍ମାହତ ହୋଇପଡ଼ିଥିଲେ। ସେ ଏକ ସୁଇସାଇଡ୍ ନୋଟ୍ ଲେଖି ଆତ୍ମହତ୍ୟା କରିଥିଲେ, ଯେଉଁଥିରେ ସେ ଏହି ଘଟଣା ପାଇଁ ଦାୟୀ ବ୍ୟକ୍ତିଙ୍କ ନାମ ଉଲ୍ଲେଖ କରିଛନ୍ତି।

ହରିଶଙ୍କ ମୃତ୍ୟୁ ଖବର ଶୁଣିବା ପରେ, ସରସ୍ୱତୀଙ୍କ ଦାଦା ତଥା ଏହି ବିବାହର ମଧ୍ୟସ୍ଥି ସାଜିଥିବା ରୁଦ୍ରେଶ (୩୬) ମଧ୍ୟ ଗଭୀର ମାନସିକ ଆଘାତରେ ଆତ୍ମହତ୍ୟା କରିଛନ୍ତି।

ପୋଲିସର ପ୍ରାଥମିକ ତଦନ୍ତ ଅନୁଯାୟୀ, ସରସ୍ୱତୀଙ୍କର ବିବାହ ପୂର୍ବରୁ ପ୍ରେମ ସମ୍ପର୍କ ଥିଲା ଏବଂ ହରିଶ ଏ ବିଷୟରେ ଜାଣିଥିଲେ। ତଥାପି ହରିଶ ପରିବାର ଲୋକଙ୍କୁ ବୁଝାଇ ସରସ୍ୱତୀଙ୍କୁ ବିବାହ କରିଥିଲେ। ଦାବଣଗେରେ ଏସପି ଉମା ପ୍ରଶାନ୍ତ କହିଛନ୍ତି ଯେ, ଏହି ମାମଲାରେ ଦାବଣଗେରେ ଗ୍ରାମାଞ୍ଚଳ ଥାନାରେ SC/ST ଆକ୍ଟ ଅନୁଯାୟୀ ଦୁଇଟି ମାମଲା ରୁଜୁ କରାଯାଇଛି।

ବର୍ତ୍ତମାନ ପୋଲିସ ପକ୍ଷରୁ ସରସ୍ୱତୀଙ୍କୁ ଗିରଫ କରାଯାଇ ଜେଲ୍ ପଠାଯାଇଛି ଏବଂ ଘଟଣାର ଅଧିକ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri