Posted inଜାତୀୟ

ଗର୍ଲଫ୍ରେଣ୍ଡ ସହିତ ଫେରାର ହୋଇଗଲା ପୁଅ, ମା’ଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼ ମାରିଲେ ଝିଅ ଘରଲୋକେ

ନୂଆଦିଲ୍ଲୀ,୩।୫: ପୁଅର କାରନାମା ପାଇଁ ମା’ ସହିଲେ ଅପବାଦ, ରାସ୍ତାରେ ବାନ୍ଧି ବାଡେଇଲେ ଲୋକେ। ଏଭଳି ଏକ ଅସାମାଜିକ ଘଟଣା ଦେଖିବାକୁ ମିଳିଛି କର୍ଣ୍ଣାଟକର ହାଭେରୀ ଜିଲାରେ। ପୁଅ ଗର୍ଲଫ୍ରେଣ୍ଡ ସହିତ ଫେରାର ହୋଇଯିବା ପରେ ଜଣେ ୫୦ ବର୍ଷୀୟା ମହିଳାଙ୍କୁ ଏକ ଗାଁରେ ଇଲେକ୍ଟ୍ରିକ୍ ଖୁଣ୍ଟରେ ବାନ୍ଧି ଝିଅ ପରିବାର ଲୋକେ ମହିଳାଙ୍କୁ ଗାଳିଗୁଲଜ କରିବା ପରେ ତାଙ୍କୁ ମାଡ଼ ମାରିଥିଲେ। ଏହି ଘଟଣାରେ ପୋଲିସ ତିନି ଜଣଙ୍କୁ ଗିରଫ କରିଛି।

ହନୁମାଭା କୋମ ନାମକ ଏହି ମହିଳା ଜଣକ ଚିହ୍ନଟ ହୋଇଛନ୍ତି। ଏପ୍ରିଲ ୨୯ ରେ ହାଭେରୀ ଜିଲାର ଆରେମଲାପୁରା ଗ୍ରାମରେ ଏହି ଘଟଣା ଘଟିଥିଲା। ଦୁଇ ବର୍ଷ ପ୍ରେମ ସମ୍ପର୍କରେ ରହିବା ପରେ ମହିଳାଙ୍କ ପୁଅ ମଞ୍ଜୁନାଥ ପୂଜାଙ୍କ ସହ ଲୁଚି ଘରୁ ପଳାଇ ଯାଇଥିଲେ।

ଯେତେବେଳେ ପୂଜାଙ୍କ ପରିବାର ଏହି ଘଟଣା ବିଷୟରେ ଜାଣିବାକୁ ପାଇଲେ, ସେମାନେ ହନୁମାଭାଙ୍କ ଘରକୁ ଯାଇ ତାଙ୍କୁ ଟାଣି ଟାଣି ଗାଁ ମୁଣ୍ଡକୁ ଆଣିଥିଲେ। ତା’ପରେ ତାଙ୍କୁ ଏକ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ନିର୍ଦ୍ଦୟ ଭାବରେ ପିଟିଥିଲେ।

ପରେ ଏକ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ହନୁମାଭାଙ୍କୁ ଉଦ୍ଧାର କରିଥିଲେ। ମହିଳା ଜଣକ ଥାନାରେ ଏକ ଅଭିଯୋଗ ଦାଖଲ କରିଥିଲେ ଏବଂ ଭାରତୀୟ ଦଣ୍ଡ ସଂହିତା (ଆଇପିସି) ର ଧାରା ୩୨୪, ୩୫୪ ବି, ୫୦୪, ୫୦୬ ଏବଂ ୩୪ ଅନୁଯାୟୀ ଏକ ମାମଲା ରୁଜୁ ହୋଇଥିଲା। ଏବେ ଏହି ଘଟଣାର ଅଧିକ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri