Posted inଜାତୀୟ

କର୍‌ନି ସେନା ଅଧ୍ୟକ୍ଷଙ୍କୁ ହତ୍ୟା ଘଟଣା: ୨ ଗିରଫ

ଜୟପୁର,୬ା୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ୍‌ କର୍‌ନି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗମେଦିଙ୍କୁ ଜୟପୁର ସହରସ୍ଥିତ ତାଙ୍କ ଘରେ ଗୁଳିକରି ହତ୍ୟା କରାଯାଇଛି। ଏହି ହତ୍ୟା ମାମଲାରେ ହରିୟାଣାରୁ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ମୋବାଇଲ୍‌ରୁ ତଥ୍ୟ ଆଧାରରେ ଉଭୟଙ୍କୁ ଗିରଫ କରାଯାଇଛି।
ସୁଖଦେବଙ୍କ ଅଜଣା ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ପାଲଟା ଗୁଳିରେ ଜଣେ ଆକ୍ରମଣକାରୀ ନିହତ ହୋଇଛନ୍ତି। ଗୁଳିକାଣ୍ଡର ଦୃଶ୍ୟ ସିସିଟିଭିରେ ରେକର୍ଡିଂ ହୋଇଛି। ତଦନୁଯାୟୀ ୨ଜଣ ଯୁବକ ଗୋଗମେଦିଙ୍କ ସାମ୍ନାରେ ସୋଫାରେ ବସି ଆଲୋଚନା କରିବା ସହ ଚା’ ପିଇଥିଲେ। ଗୋଗମେଦିଙ୍କ ୨ଜଣ ସହଯୋଗୀ ମଧ୍ୟ ସେଠାରେ ଉପସ୍ଥିତ ଥିଲେ। ଇତିମଧ୍ୟରେ ଗୋଗମେଦି ମୋବାଇଲ ଫୋନରେ ବ୍ୟସ୍ତ ରହିବା ସୁଯୋଗରେ ୨ ଯୁବକ ହଠାତ୍‌ ଉଠିପଡ଼ି ଆଖିବୁଜା ଗୁଳି ଚଳାଇଥିଲେ। ଗୁଳି ବିନିମୟ ବେଳେ ସୁଖଦେବଙ୍କ ଜଣେ ସୁରକ୍ଷା କର୍ମୀ ଗୁରୁତର ଆହତ ହୋଇଛନ୍ତି। କର୍‌ନି ସେନା ମୁଖ୍ୟଙ୍କୁ ଦୁର୍ବୃତ୍ତମାନେ ଅନେକ ରାଉଣ୍ଡ ଗୁଳି ଚଳାଇଥିବାର ଭିଡିଓ ସିସିଟିଭି ଫୁଟେଜ୍‌ରେ ଦେଖିବାକୁ ମିଳଛି। ସୁଖଦେବଙ୍କୁ ଗୁରୁତର ଅବସ୍ଥାରେ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସୁଖଦେବଙ୍କୁ ଦୁର୍ଦ୍ଧର୍ଷ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ର ସଦସ୍ୟ ରୋହିତ ଗୋଦରା ହତ୍ୟା କରିଥିବା ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri