କର୍‌ନି ସେନା ଅଧ୍ୟକ୍ଷଙ୍କୁ ଘରେ ପଶି ହତ୍ୟା ଘଟଣା: ଧରାପଡ଼ିଲେ ୨ ଶୁଟର୍‌ ସମେତ ୩ ଅଭିଯୁକ୍ତ

ଜୟପୁର,୧୦।୧୨: ଶ୍ରୀ ରାଷ୍ଟ୍ରୀୟ ରାଜପୁତ କର୍‌ନି ସେନା ଅଧ୍ୟକ୍ଷ ସୁଖଦେବ ସିଂହ ଗୋଗମେଦିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ହତ୍ୟା ମାମଲାରେ ଦିଲ୍ଲୀ ଏବଂ ରାଜସ୍ଥାନ ପୋଲିସ ଚଣ୍ଡିଗଡ଼ର ଏକ ହୋଟେଲରୁ ୨ଜଣ ଶୁଟର୍‌ଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରୋହିତ ରାଠୋର, ନୀତିନ ଫାଉଜି ଏବଂ ଉଧମ୍‌।

ପୋଲିସଠାରୁ ମିଳିଥିବା ସୂଚନା ମୁତାବକ, ଅପରାଧ ଘଟାଇବା ପରେ ରୋହିତ ଏବଂ ନୀତିନ କ୍ରମାଗତ ଭାବେ ନିଜର ସ୍ଥାନ ପରିବର୍ତ୍ତନ କରୁଥିଲେ। ଜୟପୁରରେ ସୁଖଦେବଙ୍କୁ ହତ୍ୟା କରିବା ପରେ ସେମାନେ ହରିୟାଣାର ହିସାରରେ ପହଞ୍ଚିଥିଲେ। ପରେ ପୁଣି ବସ୍‌ ଯୋଗେ ମନାଲୀକୁ ଚାଲିଯାଇଥିଲେ। ସେଠାରୁ ପୁଣି ଚଣ୍ଡିଗଡ଼ରେ ପହଞ୍ଚିଥିଲେ। ଭୁଲବଶତଃ ସେମାନେ ମୋବାଇଲ ଫୋନ ଅନ୍‌ ରଖିଥିବାରୁ ପୋଲିସ ଚଣ୍ଡିଗଡ଼ରେ ପହଞ୍ଚି ସହଜରେ ତାଙ୍କୁ କାବୁ କରିବାରେ ସଫଳ ହୋଇଛି।

ଅଭିଯୁକ୍ତମାନେ ସୁଖଦେବଙ୍କୁ ୧୭ ରାଉଣ୍ଡ ଗୁଳି ଚଳାଇଥିଲେ। ଏହାପରେ ସେମାନେ ବନ୍ଧୁକ ଲୁଚାଇ ଦେଇଥିଲେ। ରାସ୍ତାରେ ତାଙ୍କ ପାଖରେ କେବଳ ଟଙ୍କା ଏବଂ ମୋବାଇଲ ଥିଲା। ଏହାଦ୍ୱାରା କେହି ତାଙ୍କୁ ସନ୍ଦେହ କରିବେ ନାହିଁ ବୋଲି ସେମାନେ ଭାବିଥିଲେ। ତେବେ ସେମାନେ ବିରେନ୍ଦ୍ର ଚହାନ ଏବଂ ଦାନାରାମଙ୍କ ସହ ନିରନ୍ତର ଯୋଗାଯୋଗରେ ଥିଲେ। ଏହି ଦୁଇଜଣଙ୍କ ନିର୍ଦ୍ଦେଶରେ ସେ ସୁଖଦେବଙ୍କୁ ହତ୍ୟା କରିଥିଲେ।

କହିରଖୁଛୁ, ସୁଖଦେବ ଘରେ ଥିବା ବେଳେ ୩ଜଣ ଅଭିଯୁକ୍ତ ତାଙ୍କ ଉପରେ ଅତର୍କିତ ଭାବେ ଗୁଳି ଚଳାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କ ନାମ ନବୀନ ଶେଖାଓ୍ବତ ଥିଲା। ତେବେ ପାଲଟା ଗୁଳି ଚାଳନାରେ ତାଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ସିସିଟିଭିରେ କଏଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଦିଗପହଣ୍ଡି ସମିତିସଭ୍ୟଙ୍କୁ ସଂଘବଦ୍ଧ ଆକ୍ରମଣ-ଲୁଟ୍: ଜଣେ ଅଭିଯୁକ୍ତ ଜେଲ୍‌ ଗଲେ, ୨ ନାବାଳକ ବାଳସୁଧାର ଗୃହକୁ…

ଦିଗପହଣ୍ଡି,୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ସମିତିସଭ୍ୟ ବି. ଲଡୁ ପାତ୍ର ଏବଂ ତାଙ୍କ ଦୁଇ ସହଯୋଗୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri