ପଦ୍ମପୁର ସବ୍‌ଜେଲରେ ପଶିଲା କରୋନା: ବିଚାରାଧୀନ କଏଦୀଙ୍କ ସମେତ ୪ ଆକ୍ରାନ୍ତ

ବରଗଡ଼ ଅଫିସ,୧।୮: ବରଗଡ଼ ଜିଲାରେ ଶନିବାର ପୁଣି ୧୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଜିଲାରେ ପ୍ରଥମ ଥର ପାଇଁ ପଦ୍ମପୁର ସବ୍‌ଜେଲକୁ କରୋନା ପଶିଥିବା ଜଣାପଡିଛି। ଆକ୍ରାନ୍ତଙ୍କ ମଧ୍ୟରେ ପଦ୍ମପୁର ସବ୍‌ଜେଲରେ ଥିବା ଜଣେ ବିଚାରାଧୀନ କଏଦୀ କରୋନା ପଜିଟିଭ୍‌ ହୋଇଛନ୍ତି। ଏହା ସହ ଜେଲ କ୍ୟାମ୍ପସର ଅନ୍ୟ ୩ ଜଣ, ବରଗଡ଼ ପୌରାଞ୍ଚଳ ଓ୍ବାର୍ଡ ନଂ- ୧୬ର ୪ଜଣ, ଓ୍ବାର୍ଡ ନଂ-୭ର ଜଣେ, କଟାପାଲି ଅବରୋଧ ଅଞ୍ଚଳର ଜଣେ, ଭାରତୀ ନଗରର ଜଣେ, କୁଳିପଡ଼ାର ୨ଜଣ ରହିଛନ୍ତି । ଆକ୍ରାନ୍ତ ବିଚାରାଧୀନ କଏଦୀଙ୍କୁ ଜେଲର ଅବରୋଧ ଅଞ୍ଚଳରେ ଏବଂ ଅନ୍ୟମାନଙ୍କୁ ବରଗଡ଼ କୋଭିଡ ହସ୍ପିଟାଲରେ ଚିକିତ୍ସା କରାଯାଉଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
ଉପରୋକ୍ତ ଆକ୍ରାନ୍ତ ମାନଙ୍କ ୯ ଜଣ ପୁରୁଷ ଏବଂ ୪ଜଣ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୨୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୪୮ ଜଣ ସୁସ୍ଥ ହୋଇ ଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୭୭ ଜଣ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri