କରୋନା ବଦଳାଇ ଦେଲା ବେଉସା : ଜଳଖିଆ ଦୋକାନୀ ବିକୁଛନ୍ତି ଫଳ

କେନ୍ଦୁଝର, ୨୯ା୬ (ସ୍ବ.ପ୍ର.): କରୋନା ମହାମାରୀ ବହୁ ଲୋକଙ୍କ ବେଉସା ବଦଳାଇ ଦେଇଛି। ଏଭଳି ଜଣେ ଜଳଖିଆ ବିକି ପେଟ ପୋଷୁଥିବା ଗାନ୍ଧୀ ଛକ ନିକଟରେ ଏବେ ଫଳ ବିକି ପେଟ ପୋଷୁଛନ୍ତି। ସେ ହେଲେ ଏମଡି ଜଉଦ୍ଦିନ। ତାଙ୍କ ଘର ବିହାର ରାଜ୍ୟର ଗୟା ଜିଲାରେ। କିନ୍ତୁ ଦୀର୍ଘ ବହୁ ବର୍ଷ ହେଲା ତାଙ୍କ ବାପା ଏମଡି ନସିରୁଦ୍ଦିନ ରୋଜଗାର ପାଇଁ କେନ୍ଦୁଝର ଜିଲାକୁ ଆସି ସ୍ଥାନୀୟ ମାଗୁରଗାଡିଆରେ ରହି ଛୋଟ ବେପାର କରି ପରିବାର ଚଳାଇଆସୁଥିଲେ। ଏହା ପରେ ପୁଅ ସହିତ ମିଶି ୫ ବର୍ଷ ହେଲା ଏହି ଜଳଖିଆ ଦୋକାନ ଖୋଲି ପରିବାର ଚଳାଇ ଆସୁଥିଲେ। ଗତ ବର୍ଷ କରନା ମହାମାରୀ ଯୋଗୁ ସରକାର ଲକଡାଉନ ଓ ଶଟ୍‌ଡାଉନ ଘୋଷଣା କରିବା ପରେ ତାଙ୍କର ଦୋକାନ ବନ୍ଦ ହୋଇଯିବାରୁ ବହୁ ଅସୁବିଧାରେ ରହୁଥିଲେ। ଅର୍ଥାଭାବ ଓ କାମ ଅଭାବରୁ ତାଙ୍କ ବାପା ନିଜ ରାଜ୍ୟକୁ ଫେରିଯାଇଥିବାବେଳେ ଜଉଦ୍ଦିନ ପେଟ ପାଇଁ ଜଳଖିଆ ସ୍ଥାନରେ ଫଳ ଦୋକାନ ଖୋଲି ବ୍ୟବସାୟ ଆରମ୍ଭ କରିଥିବା କହିଛନ୍ତି ା ପାଖ ଫଳ ଡିଲର ଠାରୁ ସକାଳେ ଧାରରେ ଫଳ ଆଣି ଥାନ୍ତି ଏବଂ ଦିନରେ ବିକିବା ପରେ ରାତିରେ ଟଙ୍କା ଶୁଝିଥାନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri