କରୋନା ବଦଳାଇ ଦେଲା ବେଉସା : ଜଳଖିଆ ଦୋକାନୀ ବିକୁଛନ୍ତି ଫଳ

କେନ୍ଦୁଝର, ୨୯ା୬ (ସ୍ବ.ପ୍ର.): କରୋନା ମହାମାରୀ ବହୁ ଲୋକଙ୍କ ବେଉସା ବଦଳାଇ ଦେଇଛି। ଏଭଳି ଜଣେ ଜଳଖିଆ ବିକି ପେଟ ପୋଷୁଥିବା ଗାନ୍ଧୀ ଛକ ନିକଟରେ ଏବେ ଫଳ ବିକି ପେଟ ପୋଷୁଛନ୍ତି। ସେ ହେଲେ ଏମଡି ଜଉଦ୍ଦିନ। ତାଙ୍କ ଘର ବିହାର ରାଜ୍ୟର ଗୟା ଜିଲାରେ। କିନ୍ତୁ ଦୀର୍ଘ ବହୁ ବର୍ଷ ହେଲା ତାଙ୍କ ବାପା ଏମଡି ନସିରୁଦ୍ଦିନ ରୋଜଗାର ପାଇଁ କେନ୍ଦୁଝର ଜିଲାକୁ ଆସି ସ୍ଥାନୀୟ ମାଗୁରଗାଡିଆରେ ରହି ଛୋଟ ବେପାର କରି ପରିବାର ଚଳାଇଆସୁଥିଲେ। ଏହା ପରେ ପୁଅ ସହିତ ମିଶି ୫ ବର୍ଷ ହେଲା ଏହି ଜଳଖିଆ ଦୋକାନ ଖୋଲି ପରିବାର ଚଳାଇ ଆସୁଥିଲେ। ଗତ ବର୍ଷ କରନା ମହାମାରୀ ଯୋଗୁ ସରକାର ଲକଡାଉନ ଓ ଶଟ୍‌ଡାଉନ ଘୋଷଣା କରିବା ପରେ ତାଙ୍କର ଦୋକାନ ବନ୍ଦ ହୋଇଯିବାରୁ ବହୁ ଅସୁବିଧାରେ ରହୁଥିଲେ। ଅର୍ଥାଭାବ ଓ କାମ ଅଭାବରୁ ତାଙ୍କ ବାପା ନିଜ ରାଜ୍ୟକୁ ଫେରିଯାଇଥିବାବେଳେ ଜଉଦ୍ଦିନ ପେଟ ପାଇଁ ଜଳଖିଆ ସ୍ଥାନରେ ଫଳ ଦୋକାନ ଖୋଲି ବ୍ୟବସାୟ ଆରମ୍ଭ କରିଥିବା କହିଛନ୍ତି ା ପାଖ ଫଳ ଡିଲର ଠାରୁ ସକାଳେ ଧାରରେ ଫଳ ଆଣି ଥାନ୍ତି ଏବଂ ଦିନରେ ବିକିବା ପରେ ରାତିରେ ଟଙ୍କା ଶୁଝିଥାନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ବଳିଦାନ ଦିବସରେ ହିନ୍ଦୁଧର୍ମର ଉଦାରତା ଉପରେ ଆଲୋକପାତ

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶୁକ୍ରବାର କୃଷ୍ଣ ଜନ୍ମାଷ୍ଟମୀ, ବିଶ୍ୱ ହିନ୍ଦୁ ପରିଷଦ ପ୍ରତିଷ୍ଠା ଦିବସ ଓ ଲକ୍ଷ୍ମଣାନନ୍ଦ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହତ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri