ଗ୍ରାମରେ ଦେଖାଦେଲା କରୋନା ଲକ୍ଷଣ : ୭ ଦିନ ଓଡଙ୍ଗ ପଞ୍ଚାୟତ ଶଟ୍‌ଡାଉନ୍‌

ବନ୍ତ,୨୭।୭(ଡି.ଏନ୍‌.ଏ./ସ୍ବ.ପ୍ର) : ଭଦ୍ରକ ଜିଲା ବନ୍ତ ବ୍ଲକ ଓଡ଼ଙ୍ଗ ପଞ୍ଚାୟତକୁ ସରପଞ୍ଚ କିଶୋର କିଙ୍କର ପଢ଼ିଆରୀ ସୋମବାର ସକାଳ ୭ଟାରୁ ଆସନ୍ତା ରବିବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ଓଡ଼ଙ୍ଗ ଟି.ଏମ୍‌.ସିରେ ୨ଟି ପଜିଟିଭ୍‌ କେସ ବାହାରିବା ସହିତ ବିଭିନ୍ନ ଗ୍ରାମର ଲୋକମାନଙ୍କଠାରେ ଥଣ୍ଡା କାଶ, ଜ୍ୱର ଆଦି ଲକ୍ଷଣ ଦେଖାଯାଇଛି। ଏହା ସହ ଲୋକେ ସାମାଜିକ ଦୂରତା ଅବଲମ୍ବନ କରୁ ନ ଥିବା ବେଳେ ତାସ, କ୍ରିକେଟ, ଗୁଲିଖଟି କରୁଛନ୍ତି ।ଏସବୁ ସମସ୍ୟାକୁ ଦୃଷ୍ଟିରେ ରଖି ସରପଞ୍ଚ ଶଟ୍‌ଡାଉନ୍‌ ଘୋଷଣା କରିବା ସହିତ ଆଶା ଓ ଅଙ୍ଗନୱାଡି କର୍ମୀମାନଙ୍କୁ ଘର ଘର ବୁଲି ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ସମୟରେ ଔଷଧ ଦୋକାନ, ସରକାରୀ ଡାକ୍ତରଖାନା ଖୋଲା ରହିବ । ସକାଳ ୭ଟାରୁ ୧୨ ଟା ପର୍ଯ୍ୟନ୍ତ ଗ୍ରୋସରୀ ଓ ପରିବା ଦୋକାନ ଖୋଲା ରହିବ । ସାମାଜିକ ଦୂରତା ରକ୍ଷା କରି ଚାଷ କାର୍ଯ୍ୟ ଚାଲି ପାରିବ । ପୋଷ୍ଟ ଅଫିସ, ଦୁଗ୍ଧ ଉତ୍ପାଦନ କେନ୍ଦ୍ର, ପଶୁ ଡାକ୍ତରଖାନା ଆଦି ଖୋଲା ରହିବ।  ଜରୁରୀ କାର୍ଯ୍ୟ ନ ଥିଲେ କେହି ବାହାରକୁ ବାହାରିବେ ନାହିଁ ଏବଂ ଘରୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଏ ନେଇ ବିଡିଓ, ବନ୍ତ ଓ ଆଗରପଡା ଥାନାଧିକାରୀଙ୍କୁ ଅବଗତ କରାଯାଇଛି । ଏସମ୍ପର୍କରେ ବିଡିଓ ରେବେକା ବିଲୁଙ୍ଗଙ୍କୁ ପଚାରିବାରୁ ଲୋକାଲ କେସ୍‌ ପାଇଁ ସରପଞ୍ଚ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ତେବେ ଯେଉଁମାନଙ୍କୁ ଥଣ୍ଡା କାଶ, ଜ୍ୱର ହୋଇଛି ସେମାନଙ୍କୁ ଅଲଗା ସ୍ଥାନରେ ରଖି ଚିକିତ୍ସା କରିବାକୁ ପରାମର୍ଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri