କାର୍ଯ୍ୟରେ ଥିବା ସମୟରେ କରୋନା ଯୋଦ୍ଧାଙ୍କୁ କରୋନା: ମୟୂରଭଞ୍ଜରେ ନୂଆ ୨୧ ପଜିଟିଭି ଚିହ୍ନଟ

ବାରିପଦା ଅଫିସ,୧୫ା୭: ମୟୂରଭଞ୍ଜ ଜିଲାରେ ବୁଧବାର ୨୧ ଜଣ ନୂଆ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୭କୁ ବୃଦ୍ଧି ପାଇଛି। ଚିହ୍ନଟ ହୋଇଥିବା ୨୧ ଜଣଙ୍କ ମଧ୍ୟରୁ ୧୨ ଜଣ ସଙ୍ଗରୋଧ ଗୃହରୁ ଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମଣ ଓ ଜଣେ କରୋନା ଯୋଦ୍ଧା ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। କପ୍ତିପଦା ବ୍ଲକର ଏହି କରୋନା ଯୋଦ୍ଧା ଜଣଙ୍କ କାର୍ଯ୍ୟରେ ଥିବା ସମୟରେ ଆକ୍ରାନ୍ତ ହୋଇଛନ୍ତି। ବାରିପଦା ସହର, କପ୍ତିପଦା ଓ କରଞ୍ଜିଆ ବ୍ଲକରୁ ଜଣେ ଲେଖାଏ, ବିଜତଳା ଓ ଶୁକୃଳି ବ୍ଲକରୁ ୪ ଜଣ ଲେଖାଏ, ବଡ଼ସାହି ଓ ବେତନଟୀ ବ୍ଲକରୁ ୨ ଜଣ ଲେଖାଏ ଓ ଯଶିପୁର ବ୍ଳକରୁ ୬ ଜଣ ଆକ୍ରାନ୍ତ ଅଛନ୍ତି। ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଉଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଜିଲାରେ ୩୯୭ ଜଣ କରୋନା ଆକ୍ରାନ୍ତରେ ଚିହ୍ନଟ ହୋଇଥିବା ବେଳେ ୨୭୦ ଜଣ ସୁସ୍ଥ ହୋଇଛନ୍ତି। ୨ ଜଣଙ୍କର ମୃତ୍ୟୁ ଘଟିଛି। ବାକି ୧୨୫ ଜଣ ବର୍ତ୍ତମାନ ଚିକିତ୍ସାଧିନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ଆଖି ସଂକ୍ରମଣରେ ପୀଡ଼ିତ ମାଖନା ହାତୀ: ବନ ବିଭାଗ ପକ୍ଷରୁ ମାଖନା ହାତୀର ସ୍ୱାସ୍ଥ୍ୟ ନିରୀକ୍ଷଣ

ବାଲେଶ୍ୱର,୧୫।୮( ବାଞ୍ଛାନିଧି ଦେ): ବାଲେଶ୍ୱର ବନ ବିଭାଗ ପକ୍ଷରୁ ଦୀର୍ଘ ୧୫ରୁ ୨୦ ଦିନ ଧରି କୁଲଡ଼ିହା ବନ୍ୟପ୍ରାଣୀ ରେଞ୍ଜ ପଞ୍ଚଲିଙ୍ଗେଶ୍ୱର ଅଞ୍ଚଳରେ ଏକ ମାଖନା (ଦାନ୍ତହୀନ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri