Posted inଖେଳ

ପୂର୍ବତନ ବକ୍ସିଂ ଚାମ୍ପିୟନଙ୍କୁ କରୋନା

ପାନାମା ସିଟି, ୨୭ା୬ (ଏପି)-ପୂର୍ବତନ ବିଶ୍ୱ ବକ୍ସିଂ ଚାମ୍ପିୟନ ରବର୍ଟୋ ଡୁରାନ୍‌ଙ୍କ କରୋନା ଭାଇରସ୍‌ରେ ପୀଡ଼ିତ ହୋଇଛନ୍ତି। ପାନାମାର ଏହି କିମ୍ବଦନ୍ତୀ ବକ୍ସର ତିନି ଦଶନ୍ଧିରୁ ଊର୍ଦ୍ଧ୍ୱ ଧରି ତାଙ୍କ କ୍ୟାରିୟରରେ ୪ଟି ଓଜନ ଶ୍ରେଣୀରେ ବିଶ୍ୱ ଟାଇଟଲ ବିଜୟୀ ହୋଇପାରିଥିଲେ। ତାଙ୍କୁ ଏବେ ୬୯ବର୍ଷ ବୟସ। ଥଣ୍ଡା ଲକ୍ଷଣ ଦେଖା ଦେବା ପରେ ସେ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲକୁ ଯାଇଥିଲେ। ସେଠାରେ ତାଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା ଏବଂ ଫଳାଫଳ ପଜିଟିଭ ଆସିଥିଲା। ୨୦୦୧ରେ ଆର୍ଜେଣ୍ଟିନାରେ ଏକ କାର୍‌ ଦୁର୍ଘଟଣା ପରେ ରବର୍ଟୋଙ୍କୁ ଶ୍ୱାସ ପ୍ରଶ୍ୱାସରେ ସମସ୍ୟା ଦେଖା ଦେଇଥିଲା। ସେ ବକ୍ସିଂରୁ ଅବସର ନେବାକୁ ବାଧ୍ୟ ହୋଇଥିଲେ। ରବର୍ଟୋ ‘ହ୍ୟାଣ୍ଡ୍ସ ଅଫ୍‌ ଷ୍ଟୋନ୍‌’ ନାମରେ ପରିଚିତ ଥିଲେ। ତାଙ୍କର ବକ୍ସିଂ କ୍ୟାରିୟର ୧୯୬୮ରୁ ୨୦୦୧ ପର୍ଯ୍ୟନ୍ତ ଥିଲା। ୪ଟି ଚାମ୍ପିୟନଶିପ୍‌ ବେଲ୍ଟ ହାସଲ କରିବା ପରେ ସେ ପାନାମା ଓ ଲାଟିନ ଆମେରିକାର ସ୍ପୋଟର୍‌ସ ଆଇକନ ପାଲଟିଯାଇଥିଲେ। ୧୯୮୦ରେ ମଣ୍ଟ୍ରିଲଠାରେ ଆମେରିକାନ ବକ୍ସିଂ ଆଇଡଲ ସୁଗାର ରେ ଲିଓନାର୍ଡଙ୍କ ବିପକ୍ଷରେ ଚମକପ୍ରଦ ବିଜୟ ପାଇଁ ସେ ସ୍ମରଣୀୟ ହୋଇ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

ଏହି ଟିମ୍‌ ହେବ ଏଥର ଆଇପିଏଲ୍‌ ଚାମ୍ପିୟନ୍‌: ଭବିଷ୍ୟବାଣୀ କଲେ ୱାସିମ ଆକ୍ରମ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ୱାସିମ ଆକ୍ରମ ଆଇପିଏଲ ୨୦୨୪ର ବିଜେତାକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ଏହା ପୂର୍ବାନୁମାନ କରିବା କଷ୍ଟକର...

ପନ୍ତଙ୍କ ଛକାରେ କ୍ୟାମେରାମ୍ୟାନ୍‌ ଆହତ: ମ୍ୟାଚ୍‌ ପରେ ଏମିତି କଥା କହି ସମସ୍ତଙ୍କ ହୃଦୟ ଜିତିଲେ

ନୂଆଦିଲ୍ଲୀ,୨୫।୪: ଆଇପିଏଲ୍‌ ୨୦୨୪ରେ ରିଷଭ ପନ୍ତ ଭଲ ଫର୍ମ ଦେଖାଉଛନ୍ତି। ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଖେଳାଯାଇଥିବା ଟୁର୍ନାମେଣ୍ଟର ୪୦ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ଏକ...

ଏହି କ୍ରିକେଟର୍‌ଙ୍କୁ ଆକ୍ରମଣ କଲା ଚିତାବାଘ: ପୋଷା କୁକୁର ବଞ୍ଚାଇଦେଲା ଜୀବନ

ହରାରେ,୨୫।୪: ଜିମ୍ବାୱେର ପୂର୍ବତନ କ୍ରିକେଟର ଗାଏ ହ୍ବିଟଲଙ୍କୁ ଏକ ଚିତାବାଘ ଆକ୍ରମଣ କରିଛି। ଏହି ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ପୋଷା କୁକୁର ତାଙ୍କ...

ହଠାତ୍‌ କ୍ରିକେଟ୍‌କୁ ଅଲବିଦା କହିଲେ ପୂର୍ବତନ ଅଧିନାୟକ

ଇସଲାମାବାଦ୍‌,୨୫।୪: ପାକିସ୍ତାନ ମହିଳା କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିସ୍‌ମାହ ମାରୋଫ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ସେ ହଠାତ୍‌ ଅବସର ଘୋଷଣା କରି ସମସ୍ତଙ୍କୁ...

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri