Posted inଖେଳ

ପୂର୍ବତନ ବକ୍ସିଂ ଚାମ୍ପିୟନଙ୍କୁ କରୋନା

ପାନାମା ସିଟି, ୨୭ା୬ (ଏପି)-ପୂର୍ବତନ ବିଶ୍ୱ ବକ୍ସିଂ ଚାମ୍ପିୟନ ରବର୍ଟୋ ଡୁରାନ୍‌ଙ୍କ କରୋନା ଭାଇରସ୍‌ରେ ପୀଡ଼ିତ ହୋଇଛନ୍ତି। ପାନାମାର ଏହି କିମ୍ବଦନ୍ତୀ ବକ୍ସର ତିନି ଦଶନ୍ଧିରୁ ଊର୍ଦ୍ଧ୍ୱ ଧରି ତାଙ୍କ କ୍ୟାରିୟରରେ ୪ଟି ଓଜନ ଶ୍ରେଣୀରେ ବିଶ୍ୱ ଟାଇଟଲ ବିଜୟୀ ହୋଇପାରିଥିଲେ। ତାଙ୍କୁ ଏବେ ୬୯ବର୍ଷ ବୟସ। ଥଣ୍ଡା ଲକ୍ଷଣ ଦେଖା ଦେବା ପରେ ସେ ସ୍ଥାନୀୟ ଏକ ଘରୋଇ ହସ୍ପିଟାଲକୁ ଯାଇଥିଲେ। ସେଠାରେ ତାଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା ଏବଂ ଫଳାଫଳ ପଜିଟିଭ ଆସିଥିଲା। ୨୦୦୧ରେ ଆର୍ଜେଣ୍ଟିନାରେ ଏକ କାର୍‌ ଦୁର୍ଘଟଣା ପରେ ରବର୍ଟୋଙ୍କୁ ଶ୍ୱାସ ପ୍ରଶ୍ୱାସରେ ସମସ୍ୟା ଦେଖା ଦେଇଥିଲା। ସେ ବକ୍ସିଂରୁ ଅବସର ନେବାକୁ ବାଧ୍ୟ ହୋଇଥିଲେ। ରବର୍ଟୋ ‘ହ୍ୟାଣ୍ଡ୍ସ ଅଫ୍‌ ଷ୍ଟୋନ୍‌’ ନାମରେ ପରିଚିତ ଥିଲେ। ତାଙ୍କର ବକ୍ସିଂ କ୍ୟାରିୟର ୧୯୬୮ରୁ ୨୦୦୧ ପର୍ଯ୍ୟନ୍ତ ଥିଲା। ୪ଟି ଚାମ୍ପିୟନଶିପ୍‌ ବେଲ୍ଟ ହାସଲ କରିବା ପରେ ସେ ପାନାମା ଓ ଲାଟିନ ଆମେରିକାର ସ୍ପୋଟର୍‌ସ ଆଇକନ ପାଲଟିଯାଇଥିଲେ। ୧୯୮୦ରେ ମଣ୍ଟ୍ରିଲଠାରେ ଆମେରିକାନ ବକ୍ସିଂ ଆଇଡଲ ସୁଗାର ରେ ଲିଓନାର୍ଡଙ୍କ ବିପକ୍ଷରେ ଚମକପ୍ରଦ ବିଜୟ ପାଇଁ ସେ ସ୍ମରଣୀୟ ହୋଇ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?