ଦିଗପହଣ୍ଡି ସ୍ବାସ୍ଥ୍ୟକେନ୍ଦ୍ରର ୨ ଡାକ୍ତର ସମେତ ପୂର୍ବତନ କାଉନସିଲରଙ୍କୁ କରୋନା: ଔଷଧ ଦୋକାନଗୁଡ଼ିକ ସିଲ

ଦିଗପହଣ୍ଡି,୮।୭(ଡି.ଏନ୍‌ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦୁଇ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ସହ ଦୁଇ କର୍ମଚାରୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ ଆସିଛି। ଏପରିକି ସେମାନଙ୍କ ସଂସ୍ପର୍ଶରେ ଆସି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଥିବା ଜଣେ ଔଷଧ ଦୋକାନୀଙ୍କ ସମେତ ତାଙ୍କ କର୍ମଚାରୀଙ୍କ ସ୍ତ୍ରୀ ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି।
ସେହିପରି ସ୍ବାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ସୁପରଭାଇଜରଙ୍କ ସହ କ୍ୱାର୍ଟରରେ ରହୁଥିବା ଜଣେ ଆଶା କର୍ମୀଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ସହରର ଜଣେ ପୂର୍ବତନ କାଉନ୍‌ସିଲର କରୋନାରେ ସଂକ୍ରମିତ ହୋଇ ବ୍ରହ୍ମପୁରରେ ଚିକିତ୍ସିତ ହେଉଥିବା ଜଣାପଡ଼ିଛି। ଗୁରୁବାର ସ୍ଥାନୀୟ ଚାଚା ନେହେରୁ ପ୍ରାଥମିକ ବିଦ୍ୟାଳୟରେ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆୟୋଜିତ ଟେଷ୍ଟିଂ ସେଣ୍ଟରରେ ସ୍ବତନ୍ତ୍ର ଟିମ ପକ୍ଷରୁ ସହର ସମେତ ଆଖପାଖ ଗ୍ରାମାଞ୍ଚଳର ବହୁସଂଖ୍ୟକ ବ୍ୟକ୍ତିଙ୍କ ସ୍ବାବ ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ପଠାଯାଇଥିବା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟର୍ନିବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ କହିଛନ୍ତି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଥିବା ସମସ୍ତ ଔଷଧ ଦୋକାନଗୁଡ଼ିକୁ ସିଲ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏନ୍‌ଏସି୍‌ ଅଞ୍ଚଳ ୫ ଦିନ ଧରି ଶଟଡାଉନ କରାଯାଇଥିବାରୁ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆଉ କେଉଁମାନେ ଆସିଛନ୍ତି ସେମାନଙ୍କୁ ଖୋଜି ବାହାର କରାଯିବା ସହ ସାବ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯିବ ବୋଲି କାର୍ଯ୍ୟ ନିର୍ବାହୀ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri