ମା’, ବାପାଙ୍କ ସମେତ ଏକମାତ୍ର ପୁଅର ଜୀବନ ନେଲା କରୋନା: କେବଳ ସୁସ୍ଥ ହୋଇ ଘରକୁ ଫେରିଲେ ବୋହୂ

ଦିଗପହଣ୍ଡି,୨୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବସଷ୍ଟାଣ୍ଡରେ ଇଲୋକ୍ଟ୍ରୋନିକ୍ସ ଦୋକାନ କରିଥିବା ଇ. ଜିତେନ୍ଦ୍ର ପାତ୍ର(୪୧)ଙ୍କ କରୋନାରେ ମୃତ୍ୟୁ ଘଟିଛି। ସୋମବାର ଶୀତଳାପଲ୍ଲୀସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁ ବରଣ କରିଛନ୍ତି। ରବିବାର ତାଙ୍କ ବାପା ଇ. କୃଷ୍ଣ ପାତ୍ରଙ୍କ କରୋନାରେ ଶୀତଳାପଲ୍ଲୀ କୋଭିଡ ହସ୍ପିଟାଲରେ ମୃତ୍ୟୁ ଘଟିଥିବା ବେଳେ ମା’ ଇ. ଜାନକୀ ପାତ୍ର ମଧ୍ୟ କିଛିଦିନ ପୂର୍ବେ କରୋନାରେ ମୃତ୍ୟୁବରଣ କରିଥିଲେ। ଚଳିତ ମାସ ୯ ତାରିଖରେ ପରିବାରର ସମସ୍ତ ସଦସ୍ୟଙ୍କ ଦିଗପହଣ୍ଡି ସ୍ଥିତ ଚାଚା ନେହେରୁ ପ୍ରାଥମିକ ବିଦ୍ୟାଳୟ କରୋନା ଟେଷ୍ଟିଂ ସେଣ୍ଟରରେ ସ୍ବାବ ପରୀକ୍ଷା କରାଯାଇଥିଲା। ୧୦ ତାରିଖରେ ରିପୋର୍ଟ ପଜିଟିଭ ଆସିବାପରେ ସେମାନଙ୍କୁ କୋଭିଡ କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଜିତେନ୍ଦ୍ରଙ୍କ ସ୍ତ୍ରୀ ଅନୁରାଧା ପାଣିଗ୍ରାହୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ କରୋନା ପରିବାରର ଅନ୍ୟ ସମସ୍ତ ସଦସ୍ୟଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri