କରୋନା ମୃତ୍ୟୁସଂଖ୍ୟା ୨୫ ଛୁଇଁଲା

ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ। ମୃତକ ଦୁଇ ଜଣ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ପୂର୍ବରୁ କରୋନାରେ ଗଞ୍ଜାମ ଜିଲାରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିଲା। ମଙ୍ଗଳବାର ଦୁଇ ଜଣଙ୍କର ମୃତ୍ୟୁ ହେବା ପରେ ଜିଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚତ୍ଛି। ଜଣେ ୪୮ ଓ ଅନ୍ୟ ଜଣେ ୪୯ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରାଜ୍ୟରେ ପ୍ରଥମଥର ପାଇଁ କରୋନାରେ ମହିଳାଙ୍କ ମୃତ୍ୟୁ ହୋଇଛି। ଏହା ପୂର୍ବରୁ କରୋନାରେ ମୃତ୍ୟୁ ହୋଇଥିବା ସମସ୍ତ ଆକ୍ରାନ୍ତ ପୁରୁଷ ଥିଲେ। ମଙ୍ଗଳବାର ସୁଦ୍ଧା ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି।
ଅନ୍ୟପକ୍ଷରେ ରାଜ୍ୟର ୨୨ଟି ଜିଲାରୁ ୨୦୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୭,୦୬୫କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୨ ଜଣ କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ଓ ୧୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏମାନଙ୍କ ମଧ୍ୟରେ ମାଲକାନଗିରିରୁ ସର୍ବାଧିକ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୯ ଜଣ କରୋନା ଯୋଦ୍ଧା ରହିଛନ୍ତି। ସେହିଭଳି ଯାଜପୁରରେ ୨୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ କୋରାପୁଟରେ ୧୮, କଟକ ଓ ଜଗତ୍‌ସିଂହପୁରରେ ୧୭ ଜଣ ଲେଖାଏ, ବଲାଙ୍ଗୀରରେ ୧୬, ଦେବଗଡ଼ରେ ୧୫, ମୟୂରଭଞ୍ଜରେ ୭, କେନ୍ଦୁଝର ଓ ଅନୁଗୋଳରେ ୬ ଜଣ ଲେଖାଏ, ବାଲେଶ୍ୱରରେ ୫, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ସମ୍ବଲପୁରରେ ୪ଜଣ ଲେଖାଏ, ଗଞ୍ଜାମ ଓ ଝାରସୁଗୁଡ଼ାରେ ୩ ଜଣ ଲେଖାଏ, ସୁନ୍ଦରଗଡ଼ରେ ୨ ଏବଂ ବୌଦ୍ଧ, ନୟାଗଡ଼ ଓ ପୁରୀରେ ଜଣେ ଲେଖାଏ ଆକ୍ରାନ୍ତ ହୋଇଛନ୍ତି। ସେହିପରି ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ମଧ୍ୟରୁ ୨୪୩ ଜଣ ଆରୋଗ୍ୟ ହୋଇଛନ୍ତି। ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ରୋଗୀ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଏମାନଙ୍କ ମଧ୍ୟରେ ଗଜପତିରୁ ୫୯, ଗଞ୍ଜାମ ୪୧, ଖୋର୍ଦ୍ଧା ୩୮, କନ୍ଧମାଳ ୧୭, ଝାରସୁଗୁଡ଼ା ୧୫, ସୁନ୍ଦରଗଡ଼ ୧୦, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୮ ଜଣ ଲେଖାଏ, କୋରାପୁଟ ୭, ବରଗଡ଼ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏ, ଜଗତ୍‌ସିଂହପୁର ୫, କଟକ, ମାଲକାନଗିରି ଓ ନବରଙ୍ଗପୁରରୁ ୪ ଜଣ ଲେଖାଏ ଥିବାବେଳେ ବାଲେଶ୍ୱର ୨ ଓ କଳାହାଣ୍ଡିରୁ ଜଣେ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୫ ହଜାର ଟପିଯାଇଛି। ବର୍ତ୍ତମାନ ଓଡ଼ିଶାରେ ୫୧୮୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୮୪୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?