କରୋନା ମୃତ୍ୟୁସଂଖ୍ୟା ୨୫ ଛୁଇଁଲା

ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ। ମୃତକ ଦୁଇ ଜଣ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ପୂର୍ବରୁ କରୋନାରେ ଗଞ୍ଜାମ ଜିଲାରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିଲା। ମଙ୍ଗଳବାର ଦୁଇ ଜଣଙ୍କର ମୃତ୍ୟୁ ହେବା ପରେ ଜିଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚତ୍ଛି। ଜଣେ ୪୮ ଓ ଅନ୍ୟ ଜଣେ ୪୯ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ରାଜ୍ୟରେ ପ୍ରଥମଥର ପାଇଁ କରୋନାରେ ମହିଳାଙ୍କ ମୃତ୍ୟୁ ହୋଇଛି। ଏହା ପୂର୍ବରୁ କରୋନାରେ ମୃତ୍ୟୁ ହୋଇଥିବା ସମସ୍ତ ଆକ୍ରାନ୍ତ ପୁରୁଷ ଥିଲେ। ମଙ୍ଗଳବାର ସୁଦ୍ଧା ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି।
ଅନ୍ୟପକ୍ଷରେ ରାଜ୍ୟର ୨୨ଟି ଜିଲାରୁ ୨୦୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୭,୦୬୫କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୨ ଜଣ କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ଓ ୧୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏମାନଙ୍କ ମଧ୍ୟରେ ମାଲକାନଗିରିରୁ ସର୍ବାଧିକ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୯ ଜଣ କରୋନା ଯୋଦ୍ଧା ରହିଛନ୍ତି। ସେହିଭଳି ଯାଜପୁରରେ ୨୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ କୋରାପୁଟରେ ୧୮, କଟକ ଓ ଜଗତ୍‌ସିଂହପୁରରେ ୧୭ ଜଣ ଲେଖାଏ, ବଲାଙ୍ଗୀରରେ ୧୬, ଦେବଗଡ଼ରେ ୧୫, ମୟୂରଭଞ୍ଜରେ ୭, କେନ୍ଦୁଝର ଓ ଅନୁଗୋଳରେ ୬ ଜଣ ଲେଖାଏ, ବାଲେଶ୍ୱରରେ ୫, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା ଓ ସମ୍ବଲପୁରରେ ୪ଜଣ ଲେଖାଏ, ଗଞ୍ଜାମ ଓ ଝାରସୁଗୁଡ଼ାରେ ୩ ଜଣ ଲେଖାଏ, ସୁନ୍ଦରଗଡ଼ରେ ୨ ଏବଂ ବୌଦ୍ଧ, ନୟାଗଡ଼ ଓ ପୁରୀରେ ଜଣେ ଲେଖାଏ ଆକ୍ରାନ୍ତ ହୋଇଛନ୍ତି। ସେହିପରି ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ମଧ୍ୟରୁ ୨୪୩ ଜଣ ଆରୋଗ୍ୟ ହୋଇଛନ୍ତି। ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ରୋଗୀ ସୁସ୍ଥ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଏମାନଙ୍କ ମଧ୍ୟରେ ଗଜପତିରୁ ୫୯, ଗଞ୍ଜାମ ୪୧, ଖୋର୍ଦ୍ଧା ୩୮, କନ୍ଧମାଳ ୧୭, ଝାରସୁଗୁଡ଼ା ୧୫, ସୁନ୍ଦରଗଡ଼ ୧୦, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାରୁ ୮ ଜଣ ଲେଖାଏ, କୋରାପୁଟ ୭, ବରଗଡ଼ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏ, ଜଗତ୍‌ସିଂହପୁର ୫, କଟକ, ମାଲକାନଗିରି ଓ ନବରଙ୍ଗପୁରରୁ ୪ ଜଣ ଲେଖାଏ ଥିବାବେଳେ ବାଲେଶ୍ୱର ୨ ଓ କଳାହାଣ୍ଡିରୁ ଜଣେ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୫ ହଜାର ଟପିଯାଇଛି। ବର୍ତ୍ତମାନ ଓଡ଼ିଶାରେ ୫୧୮୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୮୪୪ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri