ଜିଲା ପାଇଁ ଗୌରବ ଆଣିଲା କରପଡା ସର୍ଚ୍ଚ ଓ ରେସକ୍ୟୁ ଟିମ୍‌: ରାଜ୍ୟ ସ୍ଥରୀୟ ପ୍ରତିଯୋଗିତାରେ…

ଗଞ୍ଜାମ,୨୭।୧୦(ବିଦ୍ୟାଧର ସାହୁ ): ଓଡ଼ିଶା ସରକାରଙ୍କ ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (OSDMA) ଆନୁକୂଲ୍ୟରେ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡିଶା ଅଗ୍ନିଶମ ଓ ବିପର୍ଯ୍ୟୟ ପ୍ରଶିକ୍ଷଣ ଏକାଡେମି, ଭୁବନେଶ୍ୱରତ୍‌ଠାରେ ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ସାରା ଓଡ଼ିଶାର ୨୧ ଗୋଟି ଜିଲାରୁ ବହୁ ସନ୍ଧାନ ଓ ଉଦ୍ଧାର ଏବଂ ପ୍ରାଥମିକ ଚିକିତ୍ସା କୌଶଳ ପ୍ରଦର୍ଶନ ପ୍ରତିଯୋଗିତା ପାଇଁ ପ୍ରତିଭାଗୀ ଯୋଗ ଦେଇଥିଲେ। ଉକ୍ତ ଅବସରରେ ଗଞ୍ଜାମ ଜିଲା ପ୍ରସାଶନ ଦ୍ୱାରା ବହୁମୁଖି ବନ୍ୟାଆଶ୍ରୟସ୍ଥଳୀ, କରପଡ଼ାର ଟିମ୍‌କୁ ରାଜ୍ୟ ସ୍ଥରୀୟ ପ୍ରତିଯୋଗିତା ପାଇଁ ମନୋନୀତ କରାଯାଇଥିଲା ।ଏହି ପ୍ରତିଯୋଗିତାରେ କରପଡ଼ା ଟିମ ନିଜର ପାରଦର୍ଶିତା ପ୍ରଦର୍ଶନ କରି ୨୦୨୪ରେ ସମଗ୍ର ରାଜ୍ୟରେ ତୃତୀୟ ସ୍ଥାନ ହାସଲ କରିଥିବା ବେଳେ ଚଳିତ ବର୍ଷ ସମ୍ପାଦକ ରାମଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ସମସ୍ତ ସଦସ୍ୟ କଠିନରୁ କଠିନ ପରିଶ୍ରମ କରି ଉତ୍ତମ ପ୍ରଦର୍ଶନ କରିବାରୁ ରାଜ୍ୟ ସ୍ତରରେ ଦ୍ୱିତୀୟ ସ୍ଥାନ ହାସଲ କରିଚନ୍ତି। ଉକ୍ତ ଟିମର ସମ୍ପାଦକ ତଥା କରପଡା ଅଞ୍ଚଳର ଯୁବ ସମାଜ ସେବୀ ରାମ ଚନ୍ଦ୍ର ନାୟକ ଓ NGO ନୋଡାଲ ପ୍ରତିନିଧି  ଟୁନା ମହାରଣାଙ୍କ ନେତୃତ୍ୱରେ ସମସ୍ତ ମିନାକ୍ଷୀ ନାୟକ, ସ୍ମୃତି ଚର୍ତ୍ତି, ଶ୍ରଦ୍ଧାଞ୍ଜଳି ଚୌଧୁରୀ, ରିତୁନ କୁମାର ମହାପାତ୍ର, ମୋହନ ନାୟକ, ଶଙ୍କର ନାୟକ, ରୁଦ୍ର ନାୟକ ପ୍ରମୁଖ ପ୍ରତିଭାଗୀ ଅଂଶ ଗ୍ରହଣ କରିଥିଲେ। ବାତ୍ୟା ଆଶ୍ରସ୍ଥଳୀର ଟିମ ରାଜ୍ୟ ସ୍ଥରୀୟ ସନ୍ଧାନ ଓ ଉଦ୍ଧାର ପ୍ରତିଯୋଗିତାରେ କରପଡ଼ା ପଞ୍ଚାୟତର ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ, ଦ୍ୱିତୀୟ ସ୍ଥାନ ଅଧିକାରକରି ଓଡିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତୃପକ୍ଷ(OSDMA) କାର୍ଯୟନିର୍ବାହୀ ନିର୍ଦ୍ଦେଶକ, ଓଡିଶା ସରକାରଙ୍କ ଦ୍ୱାରା ସମ୍ମାନିତ ହୋଇ ଜିଲାକୁ ଗୌରବାନ୍ବିତ କରିଥିବାରୁ ଏମ୍‌ପି, ବିଧାୟକ, ଜିଲା ପ୍ରଶାସନ ଓ ଅଞ୍ଚଳ ବାସୀଙ୍କ ତରଫରୁ କରପଡ଼ା ଟିମକୁ ପ୍ରଶଂସାର ସୁଅ ଛୁଟୁଛି। ଏହା ସହିତ କରପଡା ପଞ୍ଚାୟତ ସରପଞ୍ଚ ଅଜୟ ନାୟକ ପଞ୍ଚାୟତ ତରଫରୁ ସମସ୍ତଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri