Posted inଜାତୀୟ

ନଭେମ୍ବର ୧୭ରୁ ଖୋଲିବ କରତାରପୁର କରିଡର

ନୂଆଦିଲ୍ଲୀ,୧୬।୧୧:ଶ୍ରୀ ଗୁରୁ ନାନକ ଦେବ ଜୀଙ୍କର ପ୍ରକାଶ ପର୍ବ ପୂର୍ବରୁ କେନ୍ଦ୍ର ସରକାର କରତାରପୁର କରିଡର ଖୋଲିବାକୁ ଘୋଷଣା କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଟୁଇଟ୍‌ କରି ଏହି ଖୁସି ଦେଇଛନ୍ତି। ସେ କହିଛନ୍ତି, ବହୁ ସଂଖ୍ୟାରେ ଶିଖ ତୀର୍ଥଯାତ୍ରୀଙ୍କୁ ଉପକୃତ କରୁଥିବା ଏକ ବଡ଼ ନିଷ୍ପତ୍ତି ନେଇ ସରକାର ଆସନ୍ତା ନଭେମ୍ବର ୧୭ ତାରିଖରୁ କରତାରପୁର ସାହିବ କରିଡର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଶ୍ରୀ ଗୁରୁ ନାନକ ଦେବ ଜୀ ଏବଂ ଆମର ଶିଖ ସମ୍ପ୍ରଦାୟ ପ୍ରତି ମୋଦି ସରକାରଙ୍କ ଅପାର ସମ୍ମାନକୁ ଦର୍ଶାଉଛି ବୋଲି ସେ କହିଛନ୍ତି।
ଏହାପୂର୍ବରୁ ମଙ୍ଗଳବାର ପଞ୍ଜାବ ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଶିଖ ସମ୍ପ୍ରଦାୟର ଭାବନାକୁ ସମ୍ମାନ ଜଣାଇ ନଭେମ୍ବର ୧୯ ପୂର୍ବରୁ କରତାରପୁର କରିଡର ଖୋଲିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିବେଦନ କରିଥିଲେ। ପଞ୍ଜାବ ଭାଜପା ନେତାଙ୍କ ଏକ ଟିମ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କୁ ଭେଟି ଏହି ଦାବି ଉଠାଇଥିଲେ।
କରତାରପୁର କରିଡର ମାଧ୍ୟମରେ ପାକିସ୍ତାନର କରତାରପୁର ସହର ପଞ୍ଜାବର ଗୁରୁଦାସପୁର ଜିଲାର ଡେରା ବାବା ନାନକ ସହିତ ସଂଯୁକ୍ତ ହୋଇଛି। ଭାରତ ସୀମାଠାରୁ ପ୍ରାୟ ଚାରି କିଲୋମିଟର ଦୂରରେ ଥିବା ପାକିସ୍ଥାନର ପଞ୍ଜାବ ପ୍ରଦେଶର ରବି ନଦୀ କୂଳରେ ଅବସ୍ଥିତ ଶ୍ରୀ କରତାରପୁର ସାହିବ ଗୁରୁଦ୍ୱାର ଶିଖମାନଙ୍କ ପାଇଁ ଏକ ପବିତ୍ର ତୀର୍ଥସ୍ଥାନ ଅଟେ। ଏହା ଲାହୋରଠାରୁ ୧୨୦ କିଲୋମିଟର ଦୂରରେ ଅବସ୍ଥିତ। ଗୁରୁ ନାନକଙ୍କ ମାତାପିତା ମଧ୍ୟ ଏଠାରେ ମୃତ୍ୟୁବରଣ କରିଥିଲେ। ଏଠାରେ ବାବା ନାନକ ତାଙ୍କ ଜୀବନର ଶେଷ ସମୟ ଅତିବାହିତ କରିଥିଲେ। ଏଠାରେ ସେ ନିଜ ହାତରେ ୧୭ ବର୍ଷ ୫ ମାସ ୯ ଦିନ ଚାଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri