ଲିକ ହେଲା କାର୍ତ୍ତିକ-କିଆରାଙ୍କ ୱେଡିଂ ଭିଡିଓ!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ କିଆରା ଆଡଭାନୀ ଓ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ଯୋଡିକୁ ଦର୍ଶକେ ବେଶ ପସନ୍ଦ କରନ୍ତି । ଏମାନେ ବଡ ପରଦାରେ ପୁଣିଥରେ ଜଲୱା ଦେଖାଇବାକୁ ପ୍ରସ୍ତୂତ ହୋଇ ଗଲେଣି । କିଆରା ଓ କାର୍ତ୍ତିକ ଖୁବଶୀଘ୍ର ମୁଭି ସତ୍ୟପ୍ରେମ କି କଥାରେ ନଜର ଆସିବେ । ଏବେ ମୁଭିର ଶୁଟିଂ ସେଟରୁ ଏକ ସିନ ଲିକ ହୋଇଛି । ସତ୍ୟପ୍ରେମ କି କଥାରୁ କାର୍ତ୍ତିକ ଓ କିଆରାଙ୍କ ୱେଡିଂ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି ।
ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି ଏହି ଯୋଡି ମଣ୍ଡପରେ ସାତ ଫେରା ନେଉଛନ୍ତି । ଏମାନେ ଖୁବ୍ ଇମୋଶନାଲ ଦେଖାଯାଉଛନ୍ତି । ଭିଡିଓରେ କାର୍ତ୍ତିକ ସେରୱାନି ସହ ପଗଡି ପିନ୍ଧିଥିବା ବେଳେ କିଆରା ଲେହେଙ୍ଗାରେ ଖୁବ୍ ସୁନ୍ଦର ଲାଗୁଛନ୍ତି । ଏହାସହ କିଆରା ଲାଲ ଦୁପଟ୍ଟା ବି ପିନ୍ଧିଛନ୍ତି । ଫିଲ୍ମର ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଦର୍ଶକଙ୍କ ମଧ୍ୟରେ ଫିଲ୍ମ ଦେଖିବାକୁ ଉତ୍ସାହ ବଢି ଯାଇଛି ।
ସୂଚନା ମୁତାବକ ମୁଭି ସତ୍ୟପ୍ରେମ କି କଥାର ନିର୍ଦ୍ଦେଶକ ହେଉଛନ୍ତି ସମିର ବିଦ୍ୱାଂଶ । ସେ ନ୍ୟାଶନାଲ ଆୱାର୍ଡ ୱିନିଂ ମରାଠି ମୁଭି ଆନନ୍ଦି ଗୋପାଳ ପାଇଁ ବେଶ ପରିଚିତ । ଏବେ ପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ ମୁଭି ୨୯ ଜୁନରେ ରିଲିଜ ହେବ । ଏହି ମୁଭି ମାଧ୍ୟମରେ ସମିର ବଲିଉଡ ନିର୍ଦ୍ଦେଶନାରେ ଡେବ୍ୟୁ କରିଛନ୍ତି । ପ୍ରଥମେ ଏହି ମୁଭିର ନାମ ସତ୍ୟନାରାୟଣ କି କଥା ଥିବା ବେଳେ ପରେ ଏହାକୁ ପରିବର୍ତ୍ତନ କରି ସତ୍ୟପ୍ରେମ କି କଥା କରାଯାଇଛି । କାତ୍ତିକ ଓ କିଆରା ଏହା ପୂର୍ବରୁ ମୁଭି ଭୁଲ ଭୁଲେୟା ୨ରେ ଏକାଠି ନଜର ଆସିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri