ରାସ୍ତା କଡରେ ଚାଇନିଜ ଫୁଡ ଖାଉଥିବା ନଜର ଆସିଲେ କାର୍ତ୍ତିକ

ମୁମ୍ବାଇ: ବଲିଉଡ୍ ନାୟକ କାର୍ତ୍ତିକ ଆର୍ଯ୍ୟନ ଏବେ ତାଙ୍କ ମୁଭି ‘ଧମାକା’ର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି । ନିକଟରେ ସେ ବିଗବସ୍ ୧୫ରେ ୱିକଏଣ୍ଡ ୱାରରେ ନିଜ ମୁଭିର ପ୍ରମୋଶନ ପାଇଁ ପହଞ୍ଚିଥିଲେ । ତେବେ କାମ ସରିବା ପରେ କାର୍ତ୍ତିକ ତାଙ୍କ ପେଟପୂଜା କରିବାକୁ ବାହାରି ପଡିଥିଲେ । ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଭିଡିଓରେ ଦେଖିବାକୁ ମିଳିଛି କାର୍ତ୍ତିକ ରାସ୍ତା କଡରେ ଚାଇନିଜ ଫୁଡ ଖାଉଛନ୍ତି । ସେ ତାଙ୍କ ସାଙ୍ଗଙ୍କ ସହ ନିଜ ଲେମ୍ବୋର୍ଗିନି ଗାଡିର ବୋନେଟ ଉପରେ ଖାଇବା ରଖି ଖାଉଥିବା ନଜର ଆସିଛି । ଆଉ ଯେତେବେଳେ ତାଙ୍କ ଉପରେ କ୍ୟାମେରା ଲାଇଟ୍ ପଡିଛି ସେତେବେଳେ ସେ ହସି ହସି କହୁଛନ୍ତି, ୟାର ଖାନେ କା ଡକ୍ୟୁମେଣ୍ଟାରୀ ହୋତା ହୈ । ତାଙ୍କର ଏହି ଭିଡିଓ ବିଗବସ୍ ଶୁଟିଂ ସରିବା ପରର । ତେବେ କାର୍ତ୍ତିକଙ୍କର ଏହି ବିନମ୍ରତାକୁ ନେଇ ତାଙ୍କ ପ୍ରଶଂସକ କମେଣ୍ଟ କରିଛନ୍ତି । ସେମାନେ ଲେଖିଛନ୍ତି ଖୋଲା ହୃଦୟ ବ୍ୟକ୍ତି ହେଉଛନ୍ତି କାର୍ତ୍ତିକ । ବହୁତ ସାଦାସିଧା ମଣିଷ । ଏମିତି ବହୁ କମେଣ୍ଟ ମିଳିଛି । ସୂଚନାଯୋଗ୍ୟ, କାର୍ତ୍ତିକଙ୍କ ମୁଭି ‘ଧମାକା’ ୧୯ ନଭେମ୍ବରରେ ଲଞ୍ଚ କରାଯିବ । ଏଥିରେ ସେ ଜଣେ ଟେଲିଭିଜନ ଜର୍ନାଲିଷ୍ଟ ଭୂମିକାରେ ନଜର ଆସିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri