Posted inଖେଳ

ବାଂଲାଦେଶ ବିପକ୍ଷରେ ଖେଳି ନ ପାରନ୍ତି କାର୍ତ୍ତିକ

ଆଡିଲେଡ୍‌, ୧ା୧୧:ଭାରତୀୟ କ୍ରିକେଟ୍‌ ଦଳର ସିନିୟର ଉଇକେଟ୍‌କିପର ଦୀନେଶ କାର୍ତ୍ତିକଙ୍କ ପିଠି ମାଂସପେଶୀରେ ସମସ୍ୟା ଦେଖା ଦେଇଛି। ଫଳରେ ତାଙ୍କର ବୁଧବାର ବାଂଲାଦେଶ ବିପକ୍ଷ ମ୍ୟାଚ୍‌ ଖେଳିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ପିଠିରେ ଯନ୍ତ୍ରଣା ଯୋଗୁ ଗତ ଦକ୍ଷିଣ ଆଫ୍ରିକା ବିପକ୍ଷ ଗେମ୍‌ର ଶେଷ ୫ ଓଭର ପୂର୍ବରୁ ସେ ପଡ଼ିଆ ଛାଡ଼ିବାକୁ ବାଧ୍ୟ ହୋଇଥିଲେ। କାର୍ତ୍ତିକ ଆଘାତପ୍ରାପ୍ତ ହୋଇଥିବାରୁ ତାଙ୍କ ସ୍ଥାନରେ ରିଷଭ ପନ୍ତଙ୍କୁ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ମିଳିପାରେ। ମେଡିକାଲ ଟିମ୍‌ କାର୍ତ୍ତିକଙ୍କ ଚିକିତ୍ସା କରୁଛି। ହେଲେ ସେ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଫିଟ୍‌ ହୋଇପାରିନାହାନ୍ତି ବୋଲି ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ସିନିୟର ଅଫିସିଆଲ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କାର୍ତ୍ତିକଙ୍କର ଟୁର୍ନାମେଣ୍ଟରେ ପ୍ରଦର୍ଶନ ଆଶାନୁରୂପ ହୋଇପାରିନାହିଁ। ତାଙ୍କୁ ଜଣେ ଦକ୍ଷ ଫିନିଶର ବିବେଚନା କରାଯାଏ। ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ସେ ମାତ୍ର ୧ ରନ୍‌ କରିଥିବା ବେଳେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୧୫ଟି ବଲ୍‌ ଖେଳି ୬ ରନ୍‌ କରିଥିଲେ। ପର୍ଥସ୍ଥିତ ଅପ୍‌ଟସ ଷ୍ଟାଡିୟମରେ ସେ ପେସ୍‌ ଓ ସ୍ପିନ୍‌ ସହ ଖାପ ଖୁଆଇ ଖେଳିବାରେ ସକ୍ଷମ ହୋଇ ନ ଥିଲେ। ସୂର୍ଯ୍ୟକୁମାରଙ୍କ ସହ ୫୨ ରନ୍‌ ପାର୍ଟନରଶିପ୍‌ରେ ତାଙ୍କର ଅବଦାନ ମାମୁଲି ଥିଲା। ଏଥିପାଇଁ ତାଙ୍କୁ ସମାଲୋଚିତ ହେବାକୁ ପଡ଼ିଛି। ଅଷ୍ଟ୍ରେଲିଆ ଟେଷ୍ଟ ମ୍ୟାଚ୍‌ରେ ପନ୍ତଙ୍କ ପ୍ରଦର୍ଶନ ପ୍ରଭାବୀ ଥିଲା। କାର୍ତ୍ତିକଙ୍କ ତୁଳନାରେ ହରିଜୋଣ୍ଟାଲ୍‌ ଅବା ଭୂସମାନ୍ତର ଶର୍ଟ ଖେଳିବାରେ ଅଧିକ ପାରଙ୍ଗମ। ସେ ଜଣେ ଆକ୍ରମଣାତ୍ମକ ଖେଳାଳି ମଧ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri