ଫି’ ବଢ଼ାଇଲେ କାର୍ତ୍ତିକ

ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ପାଇଁ ବର୍ଷ ୨୦୨୪ ବେଶ୍‌ ଭଲ ରହିଥିଲା। ବକ୍ସ ଅଫିସ୍‌ରେ ହିଟ୍‌ ହୋଇଥିବା ‘ଭୁଲ୍‌ ଭୁଲୈୟା ୩’ ଚଳଚ୍ଚିତ୍ରରେ କାର୍ତ୍ତିକଙ୍କ ଅଭିନୟକୁ ଦର୍ଶକ ବେଶ୍‌ ପସନ୍ଦ କରିଥିଲେ। ଏକ ରିପୋର୍ଟ ଅନୁଯାୟୀ, ‘ଭୁଲ୍‌ ଭୁଲୈୟା ୩’ର ସଫଳତା ପରେ କାର୍ତ୍ତିକ ନିଜର ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି। କାର୍ତ୍ତିକଙ୍କୁ ଖୁବ୍‌ଶୀଘ୍ର କରନ୍‌ ଜୋହରଙ୍କ ଆଗାମୀ ଚଳଚ୍ଚିତ୍ର ‘ତୁ ମେରୀ ମେ ତେରା, ମେ ତେରା ତୁ ମେରୀ’ରେ ଦେଖିବାକୁ ମିଳିବ। ଏହି ଫିଲ୍ମର ଘୋଷଣା ହୋଇସାରିଛି। ରିପୋର୍ଟ୍‌ ଅନୁଯାୟୀ, ଧର୍ମା ପ୍ରଡକ୍ସନ ଏବଂ ନାମା ପିକ୍ଚର୍ସ ବ୍ୟାନରରେ ନିର୍ମିତ ଏହି ଚଳଚ୍ଚିତ୍ରରେ କାର୍ତ୍ତିକ ମୁଖ୍ୟ ଭୂମିକାରେ ଅଭିନୟ କରିବାକୁ ଯାଉଛନ୍ତି ଏବଂ ଏଥିପାଇଁ ସେ ଫିଲ୍ମ ନିର୍ମାତାଙ୍କଠାରୁ ଅଧିକ ପାରିଶ୍ରମିକ ଦାବି କରିଛନ୍ତି। ‘ଭୁଲ୍‌ ଭୁଲୈୟା ୩’ର ସଫଳତା ପରେ
କାର୍ତ୍ତିକ ‘ତୁ ମେରୀ ମେ ତେରା, ମେ ତେରା ତୁ ମେରୀ’ ଚଳଚ୍ଚିତ୍ର ପାଇଁ ୧୦ରୁ ୨୦ କୋଟି ଟଙ୍କା ନୁହେଁ ବରଂ ୫୦ କୋଟି ଟଙ୍କା ପାରିଶ୍ରମିକ ଆକାରରେ ନେବା ପାଇଁ ଦାବି କରିଛନ୍ତି। ତେବେ ଏନେଇ କାର୍ତ୍ତିକ କିମ୍ବା ଫିଲ୍ମ ନିର୍ମାତାଙ୍କ ପକ୍ଷରୁ କୌଣସି ଆଧିକାରିକ ବିବୃତି ଦିଆଯାଇ ନାହିଁ। ‘ତୁ ମେରୀ ମେ ତେରା, ମେ ତେରା ତୁ ମେରୀ’ ଏକ ରୋମାଣ୍ଟିକ ଡ୍ରାମା ଚଳଚ୍ଚିତ୍ର ହୋଇଥିବା ବେଳେ ଏହା ୨୦୨୬ରେ ରିଲିଜ୍‌ ହେବାକୁ ଯାଉଛି। ଏହି ଫିଲ୍ମ ଜରିଆରେ ପ୍ରଥମ ଥର ପାଇଁ କରନ୍‌ଙ୍କ ସହ କାର୍ତ୍ତିକ ଏକାଠି କାମ କରିବେ। ଫିଲ୍ମରେ ମୁଖ୍ୟ ଅଭିନେତ୍ରୀଙ୍କ ନାମ ବର୍ତ୍ତମାନ ସୁଦ୍ଧା ସାମ୍‌ନାକୁ ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ ସାମାଜିକ ସୁରକ୍ଷା ଅଧିକାରୀ: ପୁନର୍ଗଠନ, ପଦୋନ୍ନତି ମିଳିବାରେ ବିଳମ୍ବ

ଭବାନୀପାଟଣା,୫ା୨(ଉତ୍ତମ କୁମାର ଦାଶ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାର ସଫଳ ରୂପାୟନ ନିମନ୍ତେ ଗତ କିଛିବର୍ଷ ହେଲା ସମସ୍ତ ବିଭାଗକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୫।୨: ୧୯ ବର୍ଷରୁ କମ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୦୬ ଷ୍ଟ୍ରାଇକ ରେଟ ସହିତ ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଓପନର୍‌ ଆରୋନ ଜର୍ଜ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri