ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା ହାଇସ୍କୁଲ ପଡ଼ିଆରେ ର୍ନିଦ୍ଧାରିତ ସମୟର ୨ ଘଣ୍ଟା ୧୫ ମିନିଟ୍‌ ବିଳମ୍ବରେ ଆସି ଅପରାହ୍ନ ୧ଟାରେ ହେଲିକପ୍ଟର ଯୋଗେ ଆସି ପହଞ୍ଚିଥିଲେ। ମଞ୍ଚ ସମ୍ମୁଖରେ ଉପସ୍ଥିତ ଥିବା ହଜାର ହଜାର ଜନସାଧାରଣଙ୍କୁ ଭେଟି ସେଲ୍‌ଫି ସହ ଅଭିଯୋଗ ପତ୍ର ଗ୍ରହଣ କରିଥିଲେ। ମଞ୍ଚରେ ଜୟ ଜଗନ୍ନାଥ, ଜୟ ଦଣ୍ଡପାଟ ବୋଲି ସମ୍ବୋଧନ କରିଥିଲେ। ଧର୍ମଗଡ଼ ମାଟି ମୋର ଜନ୍ମ ମାଟି କହିଲେ ଅତ୍ୟୁକ୍ତି ହେବ ନାହିଁ, ଦୀର୍ଘ ବର୍ଷ ଧରି ମୁଁ ଏହି ମାଟି ପାଣି ପବନରେ ମୋର ଜୀବନ ବିତାଇଛି, ଏଣୁ ସବୁବେଳେ ଧର୍ମଗଡ଼ ମୋର ପାଇଁ ଅଭୁଲା ବୋଲି କହିଥିଲେ। ଆମ ମୁଖ୍ୟମନ୍ତ୍ରୀ କଥା କମ୍‌ ଓ କାମ ବେଶିରେ ବିଶ୍ୱାସ ରଖନ୍ତି। କଳାହାଣ୍ଡି ଜିଲାରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ବିକାଶ ଦ୍ରୁତ ଗତିରେ ହୋଇଛି। ମୁଁ ଗତ ବର୍ଷ ମେ’ ୧୯ରେ କଳାହାଣ୍ଡି ଆସିଥିଲି ଓ ସେହି ସମୟରେ ଆପଣମାନେ ଯେଉଁ ପ୍ରକଳ୍ପ ପାଇଁ ଲିଖିତ ଭାବେ ଦେଇଥଲେ, ମାନ୍ୟବର ମୁଖ୍ୟମନ୍ତ୍ରୀ ୧୧୦ କୋଟି ଟଙ୍କା ମଞ୍ଜୁର କରିଥିଲେ। ଆଗକୁ ମଧ୍ୟ ବିକାଶ ଜାରି ରହିବ ବୋଲି କହିଥିଲେ। ବିଜେଡି ଏମ୍‌ପି ଲମ୍ବୋଦର ନିଆଲ ଓ ବିଧାୟକ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓଙ୍କୁ ଯୋଡ଼ା ଶଙ୍ଖରେ ଭୋଟ୍‌ ଦେଇ ପୁଣିଥରେ ଷଷ୍ଟ ଥର ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଓଡ଼ିଶାର ବିକାଶର ସାରଥୀ କରିବାକୁ ଉପସ୍ଥିତ ହଜାର ହଜାର ଜନସାଧାରଣଙ୍କୁ ସମ୍ବୋଧନ ଓ ଅନୁରୋଧ କରିଥିଲେ ପାଣ୍ଡିଆନ। ଏହି ଅବସରରେ ମଞ୍ଚରେ ପାଣ୍ଡିଆନଙ୍କ ସହ ଏମ୍‌ପି ପ୍ରାର୍ଥୀ ଲମ୍ବୋଦର ନିଆଲ ଓ ଧର୍ମଗଡ଼ ବିଧାୟକ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓ, ଧର୍ମଗଡ଼ ବିଧାୟକ ମୋଷଧି ବାଗ ମଞ୍ଚରେ ଉପସ୍ଥିତ ରହି ଭୋଟ ଭିକ୍ଷା କରିଥିଲେ। ଏହି ଅବସରରେ ଆୟୋଜିତ ମିଶ୍ରଣ ର୍ପରେ କଂଗ୍ରେସ ଓ ଭାଜପାରୁ ୨୫୦ରୁ ଊର୍ଦ୍ଧ୍ୱ କର୍ମକର୍ତ୍ତା ବିଜେଡିରେ ଯୋଗ ଦେଇଥିଲେ। ନିର୍ବାଚନୀ ପ୍ରଚାର ସଭା ଆୟୋଜନରେ ଜିଲାପରିଷଦ ସଭ୍ୟ ହେମନ୍ତ ମାଝି, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରଓ୍ବାଲ, ବ୍ଲକ ସଭାପତି ସୁଶାନ୍ତ କୁମାର ବେହେରା ଓ ଦଳୀୟ କର୍ମକର୍ତ୍ତା ସହଯୋଗ କରିଥିଲେ। କଡ଼ା ସୁରକ୍ଷା ମଧ୍ୟରେ ନିର୍ବାଚନୀ ସଭା ଆୟୋଜନ କରାଯାଇଥିବା ବେଳେ ଏହି ଜନ ସମାବେଶରେ ୧୦ ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କ ସମାବେଶ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ମଘା ନକ୍ଷତ୍ରକୁ ଯିବେ ଗୁରୁ ବୃହସ୍ପତି: ଅକ୍ଟୋବରରୁ ଆରମ୍ଭ ହେବ ୪ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଚାକିରି-ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ରରେ ଗୁରୁ ଗ୍ରହଙ୍କୁ ଜ୍ଞାନ, ଧନ, ଭାଗ୍ୟ, ବିସ୍ତାର, ସୁଖ ଓ ସମୃଦ୍ଧିର କାରକ ଭାବେ ବିବେଚନା କରାଯାଏ। ଶୁଭ ଗ୍ରହମାନଙ୍କ ମଧ୍ୟରେ ଗୁରୁଙ୍କୁ ବିଶେଷ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?