ସଫେଇ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ, ମୋର କୌଣସି ଏକ୍ସ…

ଭୁବନେଶ୍ୱର,୨୭।୧୨: ଓଡିଶା ରାଜନୀତିର ଏକ ଚର୍ଚ୍ଚିତ ଚେହେରା ଭି.କେ.ପାଣ୍ଡିଆନ ରାଜନୀତିରୁ ଅବସର ନେଇଥିଲେ ମଧ୍ୟ ତାଙ୍କୁ ନେଇ ଅନେକ ସମୟରେ ଚର୍ଚ୍ଚା ଲାଗିରହିଥାଏ। ନିକଟରେ ଶେଷ ହୋଇଥିବା ବିଜେଡିର ୨୮ତମ ପ୍ରତିଷ୍ଠା ଦିବସରେ ତାଙ୍କୁ ନେଇ ଅନେକ ଆଲୋଚନା ହୋଇଥିଲା। କିଏ କହୁଥିଲେ ସେ ରାଜନୀତିକୁ ପୁଣି ଥରେ ଫେରି ବିଜେଡିର ମଙ୍ଗ ଧରିବେ ଆଉ କିଏ କହୁଥିଲେ ନବୀନଙ୍କ ସହ ତାଙ୍କ ସମ୍ପର୍କ ଏବେ ବି ଗଭୀର। ଏମିତି ଚର୍ଚ୍ଚା ଭିତରେ ତାଙ୍କ ନାଁରେ ଏକ ଟୁଇଟ୍‌ ଭାଇରାଲ ହୋଇଛି। ଯେଉଁଥିରେ ସେ ଓଡ଼ିଶାବାସୀଙ୍କୁ ଭୁଲ୍‌ ମାଗୁଥିବା ଦେଖାଯାଇଛି। ବିଜେଡିର ପ୍ରତିଷ୍ଠା ଦିବସରେ ଏକ୍ସରେ କାର୍ତ୍ତିକ ପାଣ୍ଡିଆନ୍‌ ନାମକ ଆକାଉଣ୍ଟରୁ ଲେଖାଯାଇଥିଲା, ଭୁଲ ସମସ୍ତଙ୍କ ଜୀବନରେ ହୋଇଥାଏ,ଯଦି କାହାର କିଛି ଅସୁବିଧା, ସମସ୍ତ ଓଡ଼ିଶାବାସୀଙ୍କ ପାଖରେ କ୍ଷମା ପ୍ରାର୍ଥନା କରୁଛି। ଓଡ଼ିଶାରେ ଜନ୍ମ ହେବା ଯେତିକି ଜୁରୁରୀ ନୁହେ, ଓଡ଼ିଆ କହିବା, ଓଡିଶାବାସୀଙ୍କ ସୁଖ-ଦୁଃଖ ରେ ସାଥୀ ହେବା ସେତିକି ଆବଶ୍ୟକ। ଏହି ଟୁଇଟ୍‌ ଚାରିଆଡେ ଭାଇରାଲ ହୋଇଥିଲା।
ଟୁଇଟ୍‌ ଭାଇରାଲର ଦିନକ ପରେ ସଫେଇ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ। ସେ ଇନ୍‌ଷ୍ଟାଗ୍ରାମ ଷ୍ଟାଟସରେ କହିଛନ୍ତି, ମୋର କୌଣସି ଏକ୍ସ ଆକାଉଣ୍ଟ ନାହିଁ। ମୋ ନାଁ ଏବଂ ଫଟୋ ଅପବ୍ୟବହାର କରାଯାଇ ରାଜନୈତିକ ଫାଇଦା ଉଠାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri