Posted inଖେଳ

କାର୍ତ୍ତିକଙ୍କୁ ଅଧିକ ସୁଯୋଗ ଦିଆଯିବ: ରୋହିତ

ହାଇଦ୍ରାବାଦ, ୨୭।୯:ଆସନ୍ତା ମାସରେ ଟି୨୦ ବିଶ୍ୱକପ ଖେଳାଯିବାକୁ ଥିବାବେଳେ ଉଇକେଟ କିପର ଦୀନେଶ କାର୍ତ୍ତିକଙ୍କୁ ଅଧିକ ବ୍ୟାଟିଂ ସୁଯୋଗ ଦିଆଯିବ ବୋଲି ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ସୂଚନା ଦେଇଛନ୍ତି। ଭାରତ ଏହାର ପ୍ଲେଇଂ ଏକାଦଶରେ କାର୍ତ୍ତିକ ଏବଂ ରିଷଭ ପନ୍ତଙ୍କୁ ରୋଟେଶନ କରି ଖେଳାଉଛି। ଯୁବ ଉଇକେଟ କିପର ପନ୍ତଙ୍କୁ ଏସିଆ କପ୍‌ରେ ପ୍ରାଧାନ୍ୟ ଦିଆ ଯାଇଥିବାବେଳେ ଭେଟେରାନ କାର୍ତ୍ତିକଙ୍କୁ ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ନିଆ ଯାଇଥିଲା। ତେବେ ସେ ଅଧିକ ବଲ୍‌ ଖେଳିବା ସୁଯୋଗ ପାଇ ନ ଥିଲେ। ଅଷ୍ଟ୍ରେଲିଆ ବିପକ୍ଷରେ କାର୍ତ୍ତିକ ମାତ୍ର ୭ଟି ବଲ୍‌ର ସମ୍ମୁଖୀନ ହୋଇଥିଲେ। ପନ୍ତ ଗୋଟିଏ ମ୍ୟାଚରେ ସାମିଲ ଥିଲେ ହେଁ ବ୍ୟାଟିଂ କରିବା ସୁଯୋଗ ପାଇ ନ ଥିଲେ। ବିଶ୍ୱକପ ପୂର୍ବରୁ ଉଭୟ ଉଇକେଟ କିପର ଖେଳିବା ସୁଯୋଗ ପାଆନ୍ତୁ ବୋଲି ମୁଁ ଚାହୁଁଛି। ଏସିଆ କପ୍‌ରେ ମଧ୍ୟ ଉଭୟ ଦଳରେ ସାମିଲ ଥିଲେ ବୋଲି ରବିବାର ଅଷ୍ଟ୍ରେଲିଆ ବିପକ୍ଷରେ ସିରିଜ ବିଜୟ ପରେ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି ରୋହିତ।
ବିଶ୍ୱକପ ପୂର୍ବରୁ ଭାରତ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳିବ। ପରିସ୍ଥିତିକୁ ଦେଖି ପନ୍ତ ଓ କାର୍ତ୍ତିକଙ୍କୁ ଚୂଡ଼ାନ୍ତ ଦଳରେ ସାମିଲ କରାଯିବ ବୋଲି ରୋହିତ ସୂଚନା ଦେଇଛନ୍ତି। ଆମେ ଦକ୍ଷିଣ ଆଫ୍ରିକାର ବୋଲିଂ ଦେଖିବାକୁ ଅପେକ୍ଷା କରିଛୁ। ବୋଲିଂ ଲାଇନ୍‌ଅପ୍‌ ଦେଖିବାପରେ ତାକୁ ମୁକାବିଲା କଲାଭଳି ବ୍ୟାଟିଂ ଲାଇନ୍‌ଅପ୍‌ ପ୍ରସ୍ତୁତ କରିବୁ। ବୋଲି ରୋହିତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମରିବୁ ପଛେ ଛାଡିବୁ ନାହିଁ : ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି ମତ୍ସ୍ୟଜୀବୀ, ସମାଧାନ ନ ହେଲେ…

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ମରିବୁ ପଛେ ଛାଡିବୁ ନାହିଁ। ପ୍ରଶାସନ ଓ ପୋର୍ଟ କର୍ତ୍ତୃପକ୍ଷ ଆମକୁ ଦିନକୁ ଦିନ ଧୋକା ଦେବାରେ ଲାଗିଛନ୍ତି । ଏନେଇ ଆନ୍ଦୋଳନ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri