Posted inଖେଳ

କାର୍ତ୍ତିକଙ୍କ ଇସ୍ତଫା: ନେତୃତ୍ୱ ନେଲେ ମୋର୍ଗାନ

ଆବୁଧାବି,୧୭।୧୦(ପି.ଟି.): ଉଇକେଟକିପର ବ୍ୟାଟ୍ସମ୍ୟାନ ଦୀନେଶ କାର୍ତ୍ତିକ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ କୋଲକାତା ନାଇଟ ରାଇଡର୍ସ ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି। ଇଂଲଣ୍ଡ ସୀମିତ ଓଭର ଅଧିନାୟକ ଇଅନ ମୋର୍ଗାନଙ୍କୁ ସେ ନେତୃତ୍ୱ ହସ୍ତାନ୍ତର କରିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍‌ ଆରମ୍ଭ ହେବାର ଠିକ୍‌ ପୂର୍ବରୁ କାର୍ତ୍ତିକ ମୋର୍ଗାନଙ୍କୁ ଏହି ଗୁରୁଦାୟିତ୍ୱ ପ୍ରଦାନ କରିଛନ୍ତି।
ବ୍ୟାଟିଂ ଉପରେ ମନୋନିବେଶ କରିବାକୁ ଚାହୁଁଛି ଓ ଏ ନେଇ ମ୍ୟାନେଜମେଣ୍ଟକୁ ଅବଗତ କରାଇଛି ବୋଲି କାର୍ତ୍ତିକ ତାଙ୍କ ପ୍ରତିକ୍ରିୟାରେ ଉଲ୍ଲେଖ କରିଛନ୍ତି। ଟିମ୍‌ ପ୍ରତି ଅଧିକ ଯୋଗଦାନ କରିବାକୁ ଚାହୁଁଛି ବୋଲି ସେ କହିଛନ୍ତି। ୨୦୧୮ରେ ୩୫ ବର୍ଷୀୟ କାର୍ତ୍ତିକ କୋଲକାତାର ଅଧିନାୟକ ନିଯୁକ୍ତ ହୋଇଥିଲେ ଓ ଦଳ ପାଇଁ ସେ ୩୭ଟି ମ୍ୟାଚ୍‌ରେ ନେତୃତ୍ୱ ନେଇଥିଲେ। ସେତେବେଳେ ସେ ଗୌତମ ଗମ୍ଭୀରଙ୍କଠାରୁ ନେତୃତ୍ୱ ଗ୍ରହଣ କରିଥିଲେ। କାର୍ତ୍ତିକଙ୍କ ଭଳି ଅଧିନାୟକ ପାଇ ଆମେ ବେଶ୍‌ ଭାଗ୍ୟବାନ ମନେ କରୁଛୁ। ଏଭଳି ସାହସିକ ନିଷ୍ପତ୍ତି ନେଇଥିବାରୁ ସେ ପ୍ରଶଂସାର ପାତ୍ର ବୋଲି କୋଲକାତା ସିଇଓ ଭେଙ୍କି ମହୀଶୂର କହିଛନ୍ତି। ତାଙ୍କର ଏହି ନିଷ୍ପତ୍ତିକୁ ନେଇ ଆମେ ଚକିତ। ତେବେ ତାଙ୍କର ଇଚ୍ଛାକୁ ଆମେ ସମ୍ମାନ ଦେଉଛୁ ବୋଲି ସେ କହିଛନ୍ତି। ଚଳିତ ଆଇପିଏଲ୍‌ରେ କୋଲକାତା ଏପର୍ଯ୍ୟନ୍ତ ୪ଟି ବିଜୟ ଓ ୩ଟି ପରାଜୟ ସହ ପଏଣ୍ଟ ତାଲିକାର ଚତୁର୍ଥ ସ୍ଥାନରେ ରହିଛି। କାର୍ତ୍ତିକ ଓ ମୋର୍ଗାନ ମିଳିତ ଭାବେ ଟୁର୍ନାମେଣ୍ଟରେ ଭଲ କାର୍ଯ୍ୟକରିଛନ୍ତି। ଗତ ଦେଢବର୍ଷ ହେବ ଦଳ ପ୍ରତି କାର୍ତ୍ତିକଙ୍କର ବହୁ ଅବଦାନ ରହିଛି। ଦଳ ତରଫରୁ ଆମେ କାର୍ତ୍ତିକଙ୍କୁ ଧନ୍ୟବାଦ୍‌ ଜଣାଉଛୁ। ମୋର୍ଗାନ ଏବେ ଦଳକୁ ଆଗକୁ ନେବେ ବୋଲି ମହୀଶୂର କହିଛନ୍ତି। ଉଲ୍ଲେଖଥାଉ କି, ଦଳର ଦୁର୍ବଳ ପ୍ରଦର୍ଶନ ପାଇଁ କାର୍ତ୍ତିକଙ୍କ ନେତୃତ୍ୱକୁ ନେଇ ଚର୍ଚ୍ଚା ଚାଲିଥିଲା ଓ ସମାଲୋଚନାର ଶିକାର ହୋଇଥିଲେ। କାର୍ତ୍ତିକଙ୍କ ବ୍ୟକ୍ତିଗତ ପ୍ରଦର୍ଶନ ମଧ୍ୟ ଭଲ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri