Posted inଜାତୀୟ

ମୋଦିଙ୍କୁ ପ୍ରଶଂସା କରି ଅଡୁଆରେ କାର୍ତ୍ତି ଚିଦାମ୍ବରମ: କଂଗ୍ରେସ ଜାରି କଲା ନୋଟିସ…

ନୂଆଦିଲ୍ଲୀ,୯।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିବା କାର୍ତ୍ତି ଚିଦାମ୍ବରମଙ୍କ ପାଇଁ ମହଙ୍ଗା ପଡିଛି। କାରଣ ବର୍ତ୍ତମାନ କଂଗ୍ରେସ ତାଙ୍କୁ ଏକ ନୋଟିସ ପଠାଇଛି ଏବଂ ୧୦ ଦିନ ମଧ୍ୟରେ ତାଙ୍କ ପ୍ରତିକ୍ରିୟା ଦାଖଲ କରିବାକୁ କହିଛି। କାର୍ତ୍ତି ଚିଦାମ୍ବରମ ପି ଚିଦାମ୍ବରମଙ୍କ ପୁତ୍ର। ସେ ପୂର୍ବ ୟୁପିଏ ସରକାରରେ କେନ୍ଦ୍ର ମନ୍ତ୍ରୀ ଥିଲେ।

କଂଗ୍ରେସ ନେତା କାର୍ତ୍ତି ଚିଦାମ୍ବରମ ଏକ ସାକ୍ଷାତକାରରେ କହିଥିଲେ ରାହୁଲ ଗାନ୍ଧୀଙ୍କ ଅପେକ୍ଷା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧିକ ଲୋକପ୍ରିୟ। ଏହି ବିବୃତ୍ତି ଚିଦାମ୍ବରମଙ୍କ ପାଇଁ ଏକ ସମସ୍ୟା ପାଲଟିଛି। ରାହୁଲ ଗଙ୍କ ଅପେକ୍ଷା ପ୍ରଧାନମନ୍ତ୍ରୀ ମୋଦି ଅଧିକ ଲୋକପ୍ରିୟ ବୋଲି କହି ତାମିଲନାଡୁ କଂଗ୍ରେସ ଅନୁଶାସନ କମିଟି ମୁଖ୍ୟ କେ.ଆର. ରାମାସାମୀ ଏକ କାରଣ ଦର୍ଶାଇ ନୋଟିସ ପଠାଇ ଏହାର ଉତ୍ତର ଦେବାକୁ କହିଛନ୍ତି।

ତାଙ୍କ ସାକ୍ଷାତକାରରେ ସେ ଇଲେକ୍ଟ୍ରୋନିକ ଭୋଟିଂ ମେସିନ (ଇଭିଏମ) ଉପରେ ମଧ୍ୟ ଆତ୍ମବିଶ୍ୱାସ ପ୍ରକାଶ କରିଥିଲେ। ଏହା ହେଉଛି ଏକ ପ୍ରସଙ୍ଗ ଯେଉଁଥିରେ କଂଗ୍ରେସ ନିର୍ବାଚନ ଆୟୋଗଙ୍କ ସହ ବିବାଦରେ ରହିଛି। ବିଶ୍ୱସେନୀୟତାକୁ ନେଇ ଚିନ୍ତା ଦର୍ଶାଇ କଂଗ୍ରେସ ଇଭିଏମ ବ୍ୟବହାରକୁ ସକ୍ରିୟ ବିରୋଧ କରୁଛି। ଦଳର ବରିଷ୍ଠ ନେତା ଜୟରାମ ରମେଶ ପୁନର୍ବାର ନିର୍ବାଚନ ଆୟୋଗଙ୍କୁ ଏକ ଚିଠି ଲେଖି ଏହି ପ୍ରସଙ୍ଗ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?