Posted inଖେଳ

IPLରେ ମଧ୍ୟ ଆରକ୍ଷଣ ବ୍ୟବସ୍ଥା ହେଉ, କେବଳ ନାଁ ରଖିଦେବା ଦୁର୍ଭାଗ୍ୟର କଥା: କଂଗ୍ରେସ ନେତା କଲେ ଏଭଳି ଦାବି 

ନୂଆଦିଲ୍ଲୀ,୧୯।୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ର ୧୬ତମ ସିଜନ୍‌ ଏବେ ଅନ୍ତିମ ସୋପାନରେ ପହଞ୍ଚିଛି। କେଉଁ କେଉଁ ଟିମ୍‌ ପ୍ଲେ ଅଫ୍‌ ଖେଳିବ ତାହା ସ୍ପଷ୍ଟ ହୋଇଛି। ଏହି ଟୁର୍ନାମେଣ୍ଟରେ ଭିନ୍ନ ଭିନ୍ନ ରାଜ୍ୟ ଏବଂ ସହର ନାମରେ ଟିମ୍‌ ରହିଛି। ହେଲେ ଅନେକ ଥର ଟିମ୍‌ରେ ଉକ୍ତ ସହର ନଚେତ ରାଜ୍ୟର ଖେଳାଳି ଉପସ୍ଥିତ ରହି ନ ଥାନ୍ତି। ଏହାକୁ ନେଇ କଂଗ୍ରେସ ନେତା କାର୍ତ୍ତୀ ଚିଦାମ୍ବରମ ବିସିସିଆଇ ନିକଟରେ ଭିନ୍ନ ଦାବି ଉଠାଇଛନ୍ତି।
ସର୍ବଦା ନିଜ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା କାର୍ତ୍ତୀ କହିଛନ୍ତି, ସହର ନାମରେ ଟିମ୍‌ ହେବା ଯୋଗୁ ଏକ ସମ୍ପର୍କ ଯୋଡ଼ି ହେବା ପରି ଲାଗୁଛି। ହେଲେ କେବଳ ନାମ ହେଲେ ଚଳିବ ନାହିଁ। ସେଠାକାର କ୍ରିକେଟରଙ୍କୁ ମଧ୍ୟ ଟିମ୍‌ରେ ନିଶ୍ଚିତ ରଖିବା ଆବଶ୍ୟକ। ଏଥିଲାଗି ବିସିସିଆଇକୁ ଏକ କୋଟା କରିବା ଉଚିତ।
ନିଜର ଏକ୍ସ ହ୍ୟାଣ୍ଡେଲରେ ସେ ଲେଖିଛନ୍ତି, ମୋତେ କ୍ରିକେଟ ପସନ୍ଦ। ମୁଁ ଆଇପିଏଲ୍‌ ଦେଖେ। ସହରଗୁଡ଼ିକ ନାମରେ ଟିମ୍‌ର ନାମ ରହିବା ଯୋଗୁ ଏକ ସମ୍ପର୍କ ଗଢ଼ି ଉଠିଛି, ହେଲେ ଦୁର୍ଭାଗ୍ୟ ଯେ ନାମ ବ୍ୟତିତ ସହରରୁ କୌଣସି ଖେଳାଳି ସେଥିରେ ନ ଥାନ୍ତି। ମୁଁ ଭାବୁଛି ପ୍ଲେଇଂ ୧୧ରେ ସ୍ଥାନୀୟ ଖେଳାଳିଙ୍କୁ ରଖିବା ଅନିବାର୍ଯ୍ୟ ହେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

ବାଂଲାଦେଶକୁ ହରାଇ ଫାଇନାଲ୍‌ରେ ପ୍ରବେଶ କଲା ଭାରତ, ପାକିସ୍ତାନ ସହ ହୋଇପାରେ ବଡ଼ ମୁକାବିଲା

ନୂଆଦିଲ୍ଲୀ,୨୬।୦୭: ବାଂଲାଦେଶକୁ ୧୦ ୱିକେଟ୍‌ରେ ହରାଇ ଭାରତୀୟ ଟିମ୍‌ ମହିଳା ଏସିଆ କପ୍‌ର ଫାଇନାଲ୍‌ରେ ପ୍ରବେଶ କରିଛି । ଫାଇନାଲ୍‌ରେ ଇଣ୍ଡିଆ ଟିମ୍‌ ପାକିସ୍ତାନକୁ ଭେଟିପାରେ...

ଅଲିମ୍ପିକ୍ସରେ ଏହି ଖେଳାଳି ଜିତିବେ ପଦକ: ପ୍ରକାଶ ପାଦ୍ୟୁକୋନ କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୬।୭: ଭେଟେରାନ ବ୍ୟାଡମିଣ୍ଟନ ଖେଳାଳି ତଥା ଟପ ସଟଲର ପି.ଭି ସିନ୍ଧୁଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି କୋଚ ପ୍ରକାଶ ପାଦୁକୋନ। ପ୍ୟାରିସ ଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ...

ମୁମ୍ବାଇରେ ରୋହିତ-ପାଣ୍ଡ୍ୟାଙ୍କ ଅଧିନାୟକ ବିବାଦକୁ ନେଇ ବଡ଼ ପୋଲ୍‌ ଖୋଲିଦେଲେ ବୁମ୍‌ରା, ଭୁଲ୍‌ରେ କହିଦେଲେ…

ନୂଆଦିଲ୍ଲୀ,୨୬।୭: ଆଇପିଏଲ ୨୦୨୪ ସମୟରେ ମୁମ୍ବାଇ ଇଣ୍ଡିଆନ୍ସରେ ବହୁତ କିଛି ଦେଖିବାକୁ ମିଳିଥିଲା। ମୁମ୍ବାଇ ପାଞ୍ଚ ଥର ଟାଇଟଲ ଜିତିଥିବା ଅଧିନାୟକ ରୋହିତ ଶର୍ମାଙ୍କୁ ହାର୍ଦ୍ଦିକ...

ଆମେ ବହୁତ ଭଲ ଲୋକ, ଦୟାକରି ପାକିସ୍ତାନ ଆସନ୍ତୁ: ଭାରତକୁ ଏମିତି ଅନୁରୋଧ କଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୨୬।୭: ପାକିସ୍ତାନ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆୟୋଜନ କରୁଛି। କିନ୍ତୁ ଟିମ ଇଣ୍ଡିଆ କୌଣସି ମୂଲ୍ୟରେ ଟୁର୍ନାମେଣ୍ଟ ପାଇଁ ପାକିସ୍ତାନ ଗସ୍ତ କରିବାକୁ ରାଜି ନୁହେଁ।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri