‘ମୁଁ ମଧ୍ୟ ଜଣେ କଂଗ୍ରେସ କର୍ମୀ’…ଭିଡିଓ ଭାଇରାଲ ପରେ କାର୍ତ୍ତିକ କହିଲେ ସତ…

ବମ୍ବେ: ଏକ ଭିଡିଓକୁ ନେଇ ବଲିଉଡ୍‌ ଅଭିନେତା କାର୍ତ୍ତିକ ଆର୍ୟନ ବିବାଦରେ ଛନ୍ଦି ହୋଇ ପଡ଼ିଥିଲେ। ପ୍ରସଙ୍ଗଟି ରାଜନୈତିକ ହୋଇଥିବାରୁ ସୋସିଆଲ ମିଡିଆରେ ତାଙ୍କୁ ଟ୍ରୋଲିଂର ଶିକାର ହେବାକୁ ପଡ଼ିଥିଲା। ହେଲେ ଏବେ ସେ ନିଜେ ସାମ୍ନାକୁ ଆସି ଏନେଇ ସଫେଇ ଦେଇଛନ୍ତି। ଉକ୍ତ ଭିଡିଓଟି ମିଥ୍ୟା ବୋଲି ସେ ସ୍ପଷ୍ଟ କରିଛନ୍ତି।

ଭାଇରାଲ ଭିଡିଓରେ କାର୍ତ୍ତିକ କଂଗ୍ରେସ ନେତା କମଲନାଥଙ୍କୁ ସମର୍ଥନ କରୁଥିବା ଦେଖାଯାଇଥିଲା। ସେ ନିଜକୁ ‘ମୁଁ ମଧ୍ୟ ଜଣେ କଂଗ୍ରେସ କର୍ମୀ ’ବୋଲି କହିଥିଲେ। ସୋସିଆଲ ମିଡିଆରେ ଭିଡିଓଟିକୁ ଅନେକେ ଶେୟାର କରିବା ପରେ ଅଭିନେତାଙ୍କୁ ଟ୍ରୋଲ କରାଯାଇଥିଲା।

ମଙ୍ଗଳବାର ରାତିରେ କାର୍ତ୍ତିକ ଟୁଇଟ୍‌ କରି ଭାଇରାଲ ଭିଡିଓଟି ଏଡିଟ୍‌ ହୋଇଥିବା କହିଥିଲେ। ଏଥିସହ କ୍ୟାପଶନରେ ‘ଏହା ଅସଲି ବିଜ୍ଞାପନ, ବାକି ସବୁ ମିଥ୍ୟା’ ବୋଲି କହିଥିଲେ। ଫଳରେ କେହି ତାଙ୍କ ସ୍ବର ସହ ଦୃଶ୍ୟକୁ ଏଡିଟ୍‌ କରିଥିବା ସ୍ପଷ୍ଟ ହୋଇଛି। ଏଥିସହ କାର୍ତ୍ତିକ କୌଣସି ଦଳ ସହ ଯୋଡ଼ି ହୋଇ ନ ଥିବା ଜଣାପଡ଼ିଛି।

ଅରିଜିନାଲ ଭିଡିଓରେ ଜିଜନୀ ପ୍ଲସ ହଟ୍‌ଷ୍ଟାରକୁ ପ୍ରମୋଟ କରାଯାଉଛି। ଭିଡିଓଟି ଅକ୍ଟୋବର ୨୩ରେ ଜାରି କରାଯାଇଥିଲା। ଏହାର ସପ୍ତାହେ ପରେ ଭିଡିଓର ଫେକ୍‌ ଭର୍ସନ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?