ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ, ପୁରୀରେ ହଜାର ହଜାର ହବିଷ୍ୟାଳି

ପୁରୀ ଅଫିସ,୧୦ା୧୦: ସୋମବାରଠୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ବ୍ରତ। ଏହି ଉପଲକ୍ଷେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ମାସେ ଧରି କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳି। ଏନେଇ ରାଜ୍ୟସରକାରଙ୍କ ପକ୍ଷରୁ ହବିଷ୍ୟାଳି ଯୋଜନାରେ ହବିଷ୍ୟାଳିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହବିଷ୍ୟାଳି ଶିବିର ଉଦ୍‌ଘାଟନ କରିବେ । ବିଭିନ୍ନ ଜିଲାରୁ ୨ ହଜାର ୯୩୫ ଜଣ ହବିଷ୍ୟାଳି ପଞ୍ଜୀକରଣ କରିଛନ୍ତି । ୫ଟି କେନ୍ଦ୍ରରେ ସେମାନଙ୍କ ରହିବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି।

ଗତ ଦୁଇବର୍ଷ ଧରି କରୋନା କଟକଣା ଯୋଗୁ ହବିଷ୍ୟାଳିମାନେ ନିଜ ନିଜ ଘରେ ରହି ଏହି ବ୍ରତ ପାଳନ କରିଥିବା ବେଳେ ଚଳିତବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ଏମାନଙ୍କ ପାଇଁ ମାଗଣାରେ ସମସ୍ତ ବ୍ୟବସ୍ଥା କରାଯାଇଛି। ତେଣୁ ପୁରୀରେ ହଜାର ହଜାର ହବିଷ୍ୟାଳିଙ୍କ ଭିଡ଼ ଜମିଛି । ବୃନ୍ଦାବତୀ ଭକ୍ତ ନିବାସ, ବଗଲା ଧର୍ମଶାଳା, ଅକ୍ଷୟ ପାତ୍ର ଫାଉଣ୍ଡେଶନ, ବାଗେଡ଼ିଆ ଧର୍ମଶାଳା ଓ ମୋଚିସାହି କଲ୍ୟାଣ ମଣ୍ଡପରେ ହବିଷ୍ୟାଳିମାନେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

୨ ରାଜ୍ୟରେ ଭୋଟ ଦେବେ ସୀମାନ୍ତବାସୀ

ନନ୍ଦପୁର,୨୦ା୪(ଶଙ୍କର ପୂଜାରୀ)ଆନ୍ଧ୍ର ଓ ଓଡ଼ିଶା ସରକାରଙ୍କ ପକ୍ଷରୁ ସୁବିଧା ପାଇଛୁ। ଆଧାର, ରାଶନ, କୁଲି ଓ ଭୋଟରକାର୍ଡ ପାଇଛୁ। ଉଭୟ ରାଜ୍ୟରୁ ଭତ୍ତା, ଚାଉଳ, କୁଲିକାମ,...

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri