ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ

ପୁରୀ,୭ା୧୦(ଅଜିତ କୁମାର ମହାନ୍ତି): ଚଳିତବର୍ଷର କାର୍ତ୍ତିକ ବ୍ରତ ବା ରାଇଦାମୋଦର ବ୍ରତ ମଙ୍ଗଳବାରଠାରୁ ଆରମ୍ଭ ହୋଇ ନଭେମ୍ବର ୫ରେ ସରିବ। ବ୍ରତ ପାଳନ ପାଇଁ ହବିଷିଆଳିମାନେ ପୁରୀରେ ଆସି ପହଞ୍ଚିଛନ୍ତି। ସେହିପରି ଅନ୍‌ଲାଇନ ମାଧ୍ୟମରେ ଆବେଦନ କରି ଯୋଗ୍ୟ ବିବେଚିତ ହୋଇଥିବା ହବିଷିଆଳିମାନେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ କେନ୍ଦ୍ରଗୁଡ଼ିକରେ ପହଞ୍ଚିବା ପରେ ନାମ ପଞ୍ଜୀକରଣ କରାଇ ନିଜ ନିଜ କୋଠରିରେ ରହିଛନ୍ତି।

ସରକାରଙ୍କ ପକ୍ଷରୁ ବୃନ୍ଦାବତୀ ନିବାସ, ରେଲୱେ ଷ୍ଟେଶନ ଟୁରିଷ୍ଟ କମ୍ପ୍ଲେକ୍ସ, ବଗଲା ଧର୍ମଶାଳା ଓ ମୋଚିସାହି ଛକ ମ୍ୟୁନିସିପାଲିଟି କଲ୍ୟାଣମଣ୍ଡପରେ ହବିିଷିଆଳି କେନ୍ଦ୍ର ଖୋଲାଯାଇଛି। ବର୍ତ୍ତମାନ ସୁଦ୍ଧା ୧୯୫୦ ହବିଷିଆଳି ବିଭିନ୍ନ କେନ୍ଦ୍ରରେ ରହିଥିବା ସୂଚନା ମିଳିଛି।

ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ସମସ୍ତ କେନ୍ଦ୍ର ପରିଦର୍ଶନ କରିବା ସହିତ ସମସ୍ତ ବ୍ୟବସ୍ଥାକୁ ଅନୁଧ୍ୟାନ କରି ଦାୟିତ୍ୱରେ ଥିବା ଅଧିକାରୀମାନଙ୍କୁ ଠିକ୍‌ ଭାବେ କର୍ତ୍ତବ୍ୟ ତୁଲାଇବା ପାଇଁ ପରାମର୍ଶ ଦେଇଛନ୍ତି।

ଯେପରି କୌଣସି କ୍ଷେତ୍ରରେ ହବିଷିଆଳି ମା’ମାନଙ୍କର ଅସୁବିଧା ନ ହୁଏ, ସେଥିପ୍ରତି ଯତ୍ନବାନ ହେବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ପରେ ସେ ହବିଷିଆଳି ଓ ସ୍ବେଚ୍ଛାସେବୀମାନଙ୍କ ସହ ଆଲୋଚନା କରିଥିଲେ।

କେନ୍ଦ୍ରଗୁଡ଼ିକରେ ବରିଷ୍ଠ ଅଧିକାରୀଙ୍କ ତତ୍ତ୍ୱାବଧାନରେ ବିଭିନ୍ନ ବିଭାଗର କର୍ମଚାରୀ, ସ୍ବେଚ୍ଛାସେବୀ, ସ୍ବୟଂସହାୟକ ଗୋଷ୍ଠୀର ସଦସ୍ୟାମାନେ କାର୍ଯ୍ୟରତ ଅଛନ୍ତି। ଅନ୍ୟପକ୍ଷରେ ଶ୍ରୀମନ୍ଦିର ସମ୍ମୁଖରେ ସ୍ବତନ୍ତ୍ର ବ୍ୟାରିକେଡ୍‌ ନିର୍ମାଣ ସହ ସମସ୍ତ ତୀର୍ଥ ପୁଷ୍କରିଣୀରେ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୨୨ ପ୍ଲାଟୁନ ପୋଲିସ ଫୋର୍ସ, ୪ ଜଣ ଅତିରିକ୍ତ ଏସ୍‌ପି, ୧୫ ଡିଏସ୍‌ପି, ୧୫ ଇନ୍ସପେକ୍ଟର, ୬୫ ଏସ୍‌ଆଇ, ୧୦୦ କନଷ୍ଟେବଳ ମୁତୟନ ରହିବେ ବୋଲି ଏସ୍‌ପି ପ୍ରତୀକ ସିଂ କହିଛନ୍ତି।
ପଞ୍ଜୀକୃତ ହବିଷିଆଳିଙ୍କ ପାଇଁ ରାଜ୍ୟ ସରକାର ନିଃଶୁଳ୍କ ରହଣି, ତୀର୍ଥ ପୁଷ୍କରିଣୀରେ ସ୍ନାନ, ବୃନ୍ଦାବତୀ ପୂଜା, ମହାପ୍ରଭୁଙ୍କ ଦର୍ଶନ, ମହାପ୍ରସାଦ ସେବନ, ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ଆଦି ବିଭିନ୍ନ ବ୍ୟବସ୍ଥା କରିଛନ୍ତି। ପୁରୀ ପ୍ରଶାସନ ପକ୍ଷରୁ ସେମାନଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବ। ୪ଟି କେନ୍ଦ୍ରରେ ଅଢ଼େଇ ହଜାର ହବିଷିଆଳିଙ୍କ ରହଣି ବ୍ୟବସ୍ଥା ହୋଇଛି। କେନ୍ଦ୍ରଗୁଡ଼ିକରେ ସ୍ବାସ୍ଥ୍ୟକର୍ମୀ, ଅଗ୍ନିଶମ ବାହିନୀ ଏବଂ ପୋଲିସ କର୍ମଚାରୀ ମୁତୟନ ରହିଛନ୍ତି। ରାଜ୍ୟ ସରକାରଙ୍କ ଏଭଳି ପଦକ୍ଷେପକୁ ହବିଷିଆଳିମାନେ ସ୍ବାଗତ କରିଛନ୍ତି। ସେହିପରି ଅନେକ ହବିଷିଆଳି ପୁରୀର ବିଭିନ୍ନ ମଠ, ଧର୍ମଶାଳା, ଲଜ୍‌ ଓ ସମ୍ପର୍କୀୟଙ୍କ ଘରେ ରହି କାର୍ତ୍ତିକ ବ୍ରତ ପାଳନ କରୁଥିବା ସୂଚନା ମିଳିଛି।

Dharitri – Odisha’s No.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri