ଛାତ୍ରୀଛାତ୍ରଙ୍କୁ ଗୁରୁମନ୍ତ୍ର ଦେଲେ ୫-ଟି ଅଧ୍ୟକ୍ଷ, କହିଲେ ୫ ବର୍ଷ ପରିଶ୍ରମ କଲେ ୫୦ ବର୍ଷ ଖୁସି ମିଳିବ

ହିଞ୍ଜିଳିକାଟୁ,୧୬ା୧୨(ଦ୍ୱିତୀକୃଷ୍ଣ ପଣ୍ଡା): କେବଳ ପାଠପଢ଼ା ନୁହେଁ, ଖେଳକୁଦ, ନାଚ ଗୀତ, ବକ୍ତୃତା ସହ ବିବିଧ କ୍ଷେତ୍ରରେ ପାରଦର୍ଶିତା ଅର୍ଜନ କରି ନିଜକୁ ସ୍ବତନ୍ତ୍ର ଭାବେ ଗଢ଼ିବା ପାଇଁ ମନ୍ତ୍ର ଦେଇଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଶନିବାର ଗଞ୍ଜାମ ଜିଲା ଗସ୍ତ ଅବସରରେ ହିଞ୍ଜିଳିକାଟୁ ବୃନ୍ଦାବନ ମିନି ଷ୍ଟାଡିୟମରେ ଆୟୋଜିତ ନୂଆ-ଓ ତଥା ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଉପସ୍ଥିତ ହଜାର ହଜାର ଛାତ୍ରୀଛାତ୍ରଙ୍କୁ ନୂଆ ଓଡ଼ିଶା ଗଠନରେ ମୁଖ୍ୟମନ୍ତ୍ରୀଙ୍କ ଆଶା-ଓ ଭରସାକୁ ସାକାର କରିବା ପାଇଁ ଆହ୍ବାନ ଦେଇଥିଲେ। ନୂଆ-ଓ କାର୍ଯ୍ୟକ୍ରମ କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ କାହିଁକି ନିଷ୍ପତ୍ତି ନେଲେ ତାହା କହିଥିଲେ ୫-ଟି ଅଧ୍ୟକ୍ଷ। ଛାତ୍ରୀଛାତ୍ରଙ୍କ ବ୍ୟକ୍ତିଗତ ଉନ୍ନତି ପାଇଁ କଲେଜରେ ପାଠପଢ଼ା ଗୁରୁତ୍ୱପୂର୍ଣ୍ଣ ଅଟେ କିନ୍ତୁ ପାଠପଢ଼ା ସହ ଅତିରିକ୍ତ ପାଠ୍ୟକ୍ରମ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ଅଟେ। ଏଥିପାଇଁ ଏହି କାର୍ଯ୍ୟକ୍ରମ ନୂଆ-ଓଡ଼ିଶା ବୋଲି ପାଣ୍ଡିଆନ କହିବା ସହ ପ୍ରତିବର୍ଷ ଏହାର ଆୟୋଜନ ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି ବୋଲି କହିଛନ୍ତି।

ହିଞ୍ଜିଳିକାଟୁ ନୂଆ ଓଡ଼ିଶା କାର୍ଯ୍ୟକ୍ରମ ପରେ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଶେରଗଡ଼ କାର୍ଯ୍ୟକ୍ରମକୁ ଯିବା ରାସ୍ତାରେ ହିଞ୍ଜିଳିକାଟୁ ବିଜୁ ପଟ୍ଟନାୟକ ଛକରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ସେଠାରେ ବ୍ଲକ ଓ ପୌରାଞ୍ଚଳର ବିଜେଡି ନେତ୍ରୀନେତା ଓ କର୍ମୀ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ସିଇଓ ଡିଆରଡିଏ ଭି.କୀର୍ତ୍ତି ଭାସନ, ଦକ୍ଷିଣାଞ୍ଚଳ ଆଇଜିପି ସତ୍ୟବ୍ରତ ଭୋଇ,ଗଞ୍ଜାମ ଏସ୍‌ପି ଜଗମୋହନ ମୀନାଙ୍କ ସମେତ ସ୍ଥାନୀୟ ପ୍ରଶାସନିକ ଅଧିକାରୀ, ବିଭିନ୍ନ କଲେଜର ଅଧ୍ୟକ୍ଷ, ଅଧ୍ୟାପିକା-ଅଧ୍ୟାପକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri