ରାତି ନ ପାହୁଣୁ ପ୍ରେସ୍‌ମିଟ୍‌ ଡକାଇଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ ଏସବୁ କଥା…

ଭୁବନେଶ୍ୱର,୮।୫: ଆଗାମୀ ନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପାର ହେଭିଓ୍ବେଟ୍‌ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ ତାର ଷ୍ଟାର କ୍ୟାମ୍ପେନର୍‌ଙ୍କ ସହ ପ୍ରଚାର ଜୋରଦାର କରିଛି। ବିଜେଡିର ପ୍ରଚାର ମଙ୍ଗ ଏଥର ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଧରିଛନ୍ତି। ସେ ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇ ଟୋଡି ଶଙ୍ଖରେ ଭୋଟ ଦେବାକୁ ନିବେଦନ କରୁଛନ୍ତି। ବୁଧବାର ଭୋରୁ ପାଣ୍ଡିଆନ ଏକ ପ୍ରେମିଟ୍‌ ଡକାଇଛନ୍ତି। ଏଥିରେ ସେ ଖବରଦାତାଙ୍କ ଅନେକ ପ୍ରଶ୍ନର ଜବାବ ରଖିଛନ୍ତି।

ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଣିଛନ୍ତି ଓଡ଼ିଶାବାସୀ କ’ଣ ଚାହୁଁଛନ୍ତି। ସେହି ହିସାବରେ ସେ କାର୍ଯ୍ୟ କରନ୍ତି। ୨୦୧୯ରେ କେନ୍ଦ୍ରପଡରେ ବ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଲେ ବିଜେଡି ଏଥର ସରକାର ଗଢିବନି। କିନ୍ତୁ ବିଜେଡି ବିପୁଳ ଭାବରେ ଜିତିଥିଲା। ଏଥର ମଧ୍ୟ ତାହା ହିଁ ଘଟିବ। ୨୦୧୯ରେ ୮ଜଣ ଭାଜପା ଏମପି ଓଡ଼ିଶାରୁ ନିର୍ବାଚିତ ହୋଇଥିଲେ । ହେଲେ ଭାଜପା ଏମ୍‌ପି ଥରେ ବି ରାଜ୍ୟ ସ୍ବାର୍ଥ ପାଇଁ ପାଟି ଫିଟେଇଲେ ନାହିଁ । କିନ୍ତୁ ବିଜେଡି ଆଭିମୁଖ୍ୟ ଓଡ଼ିଶାର ହବ ଓ ସ୍ବାର୍ଥ ପାଇଁ ଲଢିବା ଏବଂ ବିଜେଡିର ଏମ୍‌ପି ରାଜ୍ୟ ସ୍ବାର୍ଥ ପାଇଁ ହିଁ କାମ କରୁଛନ୍ତି । ଭାଜପା ପାଖରେ ପ୍ରସଙ୍ଗ ନାହିଁ। ପ୍ରସଙ୍ଗ ନ ଥିବା ଅସ୍ମିତା କଥା ଉଠାଉଛି।
ପାଣ୍ଡିଆନ ଆହୁରି ମଧ୍ୟ କହିଛନ୍ତି, ଭାଜପା ସରକାରକୁ ଆସିବା ପାଇଁ ମାନିଫେଷ୍ଟୋ ଆଣିଛି । ବିଜେଡି ସେବା ପାଇଁ ସମୃଦ୍ଧ ଓଡ଼ିଶା ଗଠନ କରିବା ପାଇଁ ମାନିଫେଷ୍ଟୋ ଆଣିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେନିଫେଷ୍ଟୋ ପାଇଁ ସମସ୍ତେ ଅନାଇ ବସିଛନ୍ତି । ୨ ଦିନ ଭିତରେ ବିଜେଡିର ଇସ୍ତାହାର ଆସିବ। ବିଜେଡି ଭୋଟ ପାଇଁ ନୁହେଁ ବିକାଶ ପାଇଁ ମାନିଫେଷ୍ଟୋ ଆଣିବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri