ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ

ପୁରୀ ଅଫିସ, ୧୭।୧୦: ଆଶ୍ୱିନ ଶୁକ୍ଲପକ୍ଷ ଏକାଦଶୀ ତିଥି ଅର୍ଥାତ୍‌ ମଙ୍ଗଳବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରତ୍ନ ସିଂହାସନରେ ରାଧାଦାମୋଦର ବେଶରେ ସଜେଇ ହୋଇଛନ୍ତି ମହାପ୍ରଭୁ। ଠାକୁରଙ୍କର ଏହି ମହାର୍ଘ ବେଶ କାର୍ତ୍ତିକ ଶୁକ୍ଲ ଦଶମୀ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। କିନ୍ତୁ ଦାରୁ ବିଗ୍ରହଙ୍କ ଏହି ଦୁର୍ଲଭ ରାଧାଦାମୋଦର ବେଶ ଦର୍ଶନରୁ ବଞ୍ଚିତ ହେଉଛନ୍ତି ଭକ୍ତ। କରୋନା କଟକଣା ପାଇଁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ ବାରଣ ରହିଛି। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମ୍ମୁଖରୁ ପତିତପାବନଙ୍କୁ ଦର୍ଶନକରି ଫେରୁଛନ୍ତି। ମନ୍ଦିର ଭିତରକୁ ପ୍ରବେଶ ଅନୁମତି ମିଳୁ ନ ଥିବାରୁ ଅନେକ କ୍ଷୋଭ ପ୍ରକାଶ କରୁଛନ୍ତି। କିନ୍ତୁ ନଭେମ୍ବର ୨୭ରୁ ଅନୁଷ୍ଠିତ ହେବାକୁ ଥିବା ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଦର୍ଶନ ପାଇଁ ସରକାର ବ୍ୟବସ୍ଥା କରନ୍ତୁ ବୋଲି ଦାବି କରିଛନ୍ତି ଦଶନାର୍ଥୀ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri